Advertisment

Daily Horoscope, 29 Sept 2021: ଜାଣନ୍ତୁ ଆଜିର ରାଶିଫଳ…

୨୦୨୧ ମସିହା, ସେପ୍ଟେମ୍ବର ମାସ ୨୯ ତାରିଖ, ବୁଧବାର, କନ୍ୟା ୧୩ ଦିନ, ଆଶ୍ୱିନମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ଆର୍ଦ୍ରା ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ....

author-image
Rajalaxmi Sahoo
Today Horoscope 01 Oct 2021

Daily Horoscope

୨୦୨୧ ମସିହା, ସେପ୍ଟେମ୍ବର ମାସ ୨୯ ତାରିଖ, ବୁଧବାର, କନ୍ୟା ୧୩ ଦିନ, ଆଶ୍ୱିନମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ଆର୍ଦ୍ରା ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ....

Advertisment

ମେଷ:-ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। 
ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ

ବୃଷ:- ପରିବାରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ। କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି।
ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ 

Advertisment

ମିଥୁନ:- ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ମିଳିପାରେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। କର୍ମକ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲି ଯିବ।
ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ 

କର୍କଟ:- ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ବ୍ୟବସାୟ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ଫଳରେ ଅନେକ କ୍ଷେତ୍ରରେ ସ୍ୱାଭିମାନ ରକ୍ଷା ହେବ। ଏକୁଟିଆ ଗାଡ଼ିରେ କୌଣସି ସ୍ଥାନକୁ ଯାତ୍ରା କଲେ ସତର୍କତା ଅବଲମ୍ବନ କରନ୍ତୁ।
ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:-କାର୍ଯ୍ୟକ୍ଷେତ୍ରରେ ଶତ୍ରୁମାନେ ପରାଜିତ ହୋଇପାରନ୍ତି ଓ ମାନସିକ ଅଶାନ୍ତି ଦୂର ହେବ। ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ। ହରାଇଥିବା ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ।
ପ୍ରତିକାର-ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ 

କନ୍ୟା:- ସାମାଜିକ କାର୍ଯ୍ୟରେ ରୁଚି ବଢିବା ସହ ସଫଳତା ମିଳିପାରେ। ବ୍ୟବସାୟରେ କାରବାରର ବୃଦ୍ଧି ହୋଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। 
ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ତୁଳା:-ବନ୍ଧୁ ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇପାରେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ସହବାକିଥିବା ଅର୍ଥପ୍ରାପ୍ତି ହୋଇପାରେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇପାରନ୍ତି।
ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ବିଛା:- ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିପାରନ୍ତି। କର୍ମକ୍ଷେତ୍ରରେ ଶତ୍ରୁମାନେ ମଥାନତ କରିବା ଫଳରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ତାହାର ସମାଧାନ କରିବେ। 
ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ଧନୁ:- ଶିକ୍ଷାର୍ଥୀମାନଙ୍କୁ ସଫଳତା ମିଳିପାରେ। ବ୍ୟବସାୟରେ ଲାଭ ହୋଇପାରେ। ନିଜ ବ୍ୟବହାର ଦ୍ୱାରା ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ।
ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ 

ମକର:- ଶତ୍ରୁମାନେ ପରାଜିତ ହୋଇପାରନ୍ତି ଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖା ଦେଇପାରେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ନୂତନ କର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହୋଇପାରେ। ଜାଗା, ଜମି, ଗୃହ, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି।
ପ୍ରତିକାର-ମହୁଟିକେ ଖାଇ ଘରୁ ବାହାରନ୍ତୁ

କୁମ୍ଭ:- ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷା ଲାଭ କରିପାରନ୍ତି। ବ୍ୟବସାୟରେ ଉନ୍ନତି ଫଳରେ ଆଶାତୀତ ଲାଭବାନ୍ ହୋଇପାରନ୍ତି। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇପାରେ।
ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ମୀନ:- ସହକର୍ମୀଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ସମ୍ମାନ ପାଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହୋଇପାରେ। ବନ୍ଧୁଙ୍କ ସହଯୋଗରେ ପରିବାରରେ ସୁଖ ଶାନ୍ତି ବଜାୟ ରହିବ।
ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ 

Daily Horoscope
Advertisment
Advertisment