• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଫେବୃଆରୀ, ୩ ତାରିଖ, ଗୁରୁବାର, ମକର, ୨୧ ଦିନ, ମାଘ ମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ଚନ୍ଦ୍ର, ଜାଣନ୍ତୁ ଆଜିର ରାଶିଫଳ...

ମେଷ:- ଆଜିର ଦିନ ଶୁଭଫଳ ପ୍ରଦାନ କରିବଶାରୀରିକ, ମାନସିକ ଜୀବନ ସୁଖପ୍ରଦ ହୋଇପାରେ । ମହିଳାମାନେ ର୍ଧଯ୍ୟ ଆତ୍ମବିଶ୍ୱାସ ରଖି କାର୍ଯ୍ୟ କଲେ ସୁଫଳ ନିଶ୍ଚୟ ପାଇବେ ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିପାରେ । ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ, ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ ।

  • ପ୍ରତିକାର-କିଛି ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ

 

ବୃଷ :- ଆଜି କମ ପରିଶ୍ରମରେ ଅଧିକ ଅର୍ଥ ରୋଜଗାରର ହେବ କୋଟ-କଚେରୀର ବିଚାରଧୀନ ମାଲିମୋକଦମାରେ ଜୟଯୁକ୍ତ ହୋଇପାରେ । ପରିବାରରେ ସୁଖ-ଶାନ୍ତି ରହିବ ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରିପାରିବେ । ଆକସ୍ମିକ ଧନଲାଭ ହୋଇପାରେ ।

  • ପ୍ରତିକାର-ଗୁଡ଼ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ

 

ମିଥୁନ :-ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ, ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହୋଇପାରେ । ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହେବ, ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ବିଦ୍ୟାର୍ଥିମାନେ ପଢାପଢିରେ କୃତକାର୍ଯ୍ୟ ହୋଇପାରେ ।

  • ପ୍ରତିକାର- ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

 

କର୍କଟ :-ଆଜି ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ, ବଡ଼ଙ୍କର ଆଶୀର୍ବାଦରେ ଲାଭ ହୋଇପାରେ । ମଧ୍ୟାହ୍ନ ପରେ ମିତ୍ରମାନଙ୍କ ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହୋଇପାରେ ।

  • ପ୍ରତିକାର- ଶିବଙ୍କ ପାଖରେ ଘୃତ ଦୀପଟିଏ ଜାଳନ୍ତୁ

 

ସିଂହ :-ଆଜି ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିପାରେ । ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିପାରେ । ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବ,ମହିଳାମାନଙ୍କ ପାଇଁ ଦିନଟି ଅନୁକୂଳ ରହିପାରେ ।

  • ପ୍ରତିକାର- ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

 

କନ୍ୟା : -ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ ସ୍ୱାସ୍ଥ୍ୟ ଗତ ସମସ୍ୟାକୁ ନେଇ ଚିକିତ୍ସକଙ୍କ ପରାମର୍ଶ ନେବାକୁ ପଡ଼ିପାରେ । ପାରିବାରିକ ସମସ୍ୟା ଦୂର କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହୋଇପରିବେ । ପିତା ମାତାଙ୍କ ଆର୍ଶ୍ରିବାଦ ଆପଣଙ୍କୁ ଅନେକାଂଶରେ ବିଜୟୀ କରାଇପାରିବ ।

  • ପ୍ରତିକାର- ଗଣେଶ ପାଖରେ କର୍ପୁର ଆଳତୀ କରି ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ

 

ତୁଳା :- ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେ , ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରାଇପାରେ । ଅପରାହ୍ନରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ, ଆକସ୍ମିକ ଖର୍ଚ୍ଚ ହୋଇପାରେ । ମହିଳାମାନେ ଚତୁରତାର ସହ କାଯର୍ୟ କରି ପ୍ରଶଂସନୀୟା ହୋଇପାରନ୍ତି ।

  • ପ୍ରତିକାର- ମା ଲକ୍ଷ୍ମୀଙ୍କ ଦଶ ନାମକୁ ଜପ କରନ୍ତୁ

 

ବିଛା :-ଆଜି ଆତ୍ମ ବିଶ୍ୱାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ଆଗେଇ ନେଇପାରିବେ । ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିପାରେ । ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ ସ୍ୱଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପଯର୍ୟଟନର ଯୋଗ ରହିଛି ।

  • ପ୍ରତିକାର-ହନୁମାନଙ୍କ ସିନ୍ଦୂର ମଥାରେ ଲଗାନ୍ତୁ, ହନୁମାନ ଚାଳିଶା ପାଠ କରନ୍ତୁ

 

ଧନୁ :- ଆଜି ଆପଣଙ୍କୁ ମାନସିକ ଶାନ୍ତି ମିଳିବ ବକେୟା ପ୍ରାପ୍ୟ ମିଳିପାରିବ । ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ ହୋଇପାରେ । ଘରର ବାତାବରଣରେ ସୁଖ-ଶାନ୍ତି ରହିବ, ବ୍ୟବସାୟରେ ସଫଳତା ମିଳିପାରିବ ।

  • ପ୍ରତିକାର-ହଳଦୀ ରଙ୍ଗର ରୁମାଲ ବ୍ୟବହାର କରନ୍ତୁ

 

ମକର :- ପାରିବାରିକ ଜୀବନରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ । ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ ଧନ ଏବଂ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ରହିଛି । ମଧ୍ୟାହ୍ନ ପରେ ଆପଣଙ୍କ ସ୍ୱଭାବରେ ଭାବୁକତା ବଢ଼ିପାରେ, ଆପଣଙ୍କ କାଯର୍ୟଧାରାକୁ ଅଧିକ କ୍ରିୟାଶୀଳ କରିବାକୁ ଅଗ୍ରସର ହୋଇପାରେ ।

  • ପ୍ରତିକାର-ମା କାଳୀଙ୍କୁ ଦର୍ଶନ କରିବା ସହିତ ରାଶି ତେଲର ଦୀପଟିଏ ଜାଳନ୍ତୁ

 

କୁମ୍ଭ:- ଆଜି ଆବଶ୍ୟକ ର୍ନିଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେଇପାରନ୍ତି । ମିତ୍ରମାନଙ୍କ ସହିତ ସାକ୍ଷାତ ହେବ ଯାହା ଦ୍ୱାରା ମନ ଆନନ୍ଦ ରହିପାରେ । ଛୋଟ ଯାତ୍ରାର ଆୟୋଜନ ହୋଇପାରେ, ଭାଇମାନଙ୍କ ସହିତ ସୁସମ୍ପର୍କ ରହିପାରେ ।

  • ପ୍ରତିକାର- ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

 

ମୀନ: - ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ, ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ । ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ । ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

  • ପ୍ରତିକାର-ଦରିଦ୍ର, ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

OTV is now on Whatsapp

Join and get latest news update delivered to you via whatsapp

Join Now