• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଜାନୁଆରୀ, ୩ ତାରିଖ, ସୋମବାର, ଧନୁ, ୧୯ ଦିନ, ପୌଷ ମାସ, ଶୁଳ୍କ ପକ୍ଷ,ପ୍ରତିପଦା ତିଥି, ପୂର୍ବାଷାଢା ନକ୍ଷତ୍ର,ଧନୁ ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ମେଷ-କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହୋଇପାରନ୍ତି । ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ ।

 

ବୃଷ- ଆଜି କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହୋଇପାରନ୍ତି ।

  • ପ୍ରତିକାର-ମହାଦେବଙ୍କୁ ଦର୍ଶନ କରନ୍ତୁ ଓ କିଛି କଞ୍ଚା କ୍ଷୀରରେ କଳାରାଶି ମିଶାଇ ଶିବଙ୍କ ପାଖରେ ଅର୍ପଣ କରନ୍ତୁ

 

ମିଥୁନ- ଆଜି ଆପଣଙ୍କର ଦିନ ମଙ୍ଗଳମୟ ହେବ ଶତ୍ରୁ ମାନେ ପରାଜିତ ହୋଇପାରନ୍ତି । ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ । ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିପାରନ୍ତି ।

  • ପ୍ରତିକାର- ଗମ ଗଣପତୟେ ନମଃ ଏହି ମନ୍ତ୍ର କୁ ୨୭ଥର ଜପ କରନ୍ତୁ

 

କର୍କଟ- ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି । ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି ।

  • ପ୍ରତିକାର- କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ

 

ସିଂହ -ଆଜି ମନ ଅସ୍ଥିର ରହିବ କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି । ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିପାରନ୍ତି ।

  • ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ

 

କନ୍ୟା- ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ । ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇପାରେ ।

  • ପ୍ରତିକାର-ସାତଟି ଦୁବ,ସାତଟି ପାନ ପତ୍ର ଗଣେଶଙ୍କୁ ଚଢା

ତୁଳା- ଆଜିର ଦିନ ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଅନୁକୂଳ ରହିବ । ଖଳକଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ ।

  • ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ

 

ବିଛା- ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିପାରେ ।ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ ।

  • ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ

 

ଧନୁ-ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହୋଇପାରିବ । କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି କୃତକାର୍ଯ୍ୟ ହୋଇପାରନ୍ତି । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ ଦାମ୍ପତ୍ୟ ଜୀବନ ସୁଖମୟ ହେବ

  • ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତ

 

ମକର- ଆଜି ଆତ୍ମୀୟ ସ୍ୱଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିପାରିବେ । ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି । ଅଗ୍ନି ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରହିବା ଭଲ ।

  • ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ

 

କୁମ୍ଭ- ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରନ୍ତି । ଭୁଲ୍ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ସହ ମନୋମାଳିନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି ।

  • ପ୍ରତିକାର-ମା କାଳୀଙ୍କୁ ଦର୍ଶନ କରନ୍ତୁ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ

 

ମୀନ-ଆଜିର ଆପଣ ଆତ୍ମିଅଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିପାରନ୍ତି । ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ ।

  • ପ୍ରତିକାର- ଭଗବତେ ବାସୁଦେବାୟ ନମଃ ଏହି ମନ୍ତ୍ରକୁ ୨୭ଥର ଜପ କରନ୍ତ