• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ମଇ, ୩ ତାରିଖ, ମଙ୍ଗଳବାର, ମେଷ, ୨୦ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ରୋହିଣୀ ନକ୍ଷତ୍ର, ବୃଷ ଚନ୍ଦ୍ର। ଜାଣନ୍ତୁ ଆଜି କେମିତି କଟିବ  ଆପଣଙ୍କ ଦିନ ।

ମେଷ:

ଆଜିର ଦିନ ଶୁଭଫଳ ପ୍ରଦାନ କରିବା ସହିତ ଶାରୀରିକ, ମାନସିକ ଜୀବନ ସୁଖପ୍ରଦ ହେବ । ମହିଳାମାନେ ଧର୍ଯ୍ୟ ଆତ୍ମବିଶ୍ୱାସ ରଖି କାର୍ଯ୍ୟ କଲେ ସୁଫଳ ନିଶ୍ଚୟ ପାଇବେ, ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ । ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ ଏବଂ ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ ।

ପ୍ରତିକାର-କିଛି ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ

ବୃଷ:

ଆଜି କମ୍ ପରିଶ୍ରମରେ ଅଧିକ ଅର୍ଥ ରୋଜଗାରର ହେବ । କୋର୍ଟ-କଚେରୀର ବିଚାରଧୀନ ମାଲିମୋକଦମାରେ ଜୟଯୁକ୍ତ ହେବେ । ପରିବାରରେ ସୁଖ-ଶାନ୍ତି ରହିବ, ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରିପାରିବେ ଏବଂ ଆକସ୍ମିକ ଧନଲାଭ ହେବ ।

ପ୍ରତିକାର-ଗୁଡ଼ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ

ମିଥୁନ:

ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ । ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ ଏବଂ ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହେବ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ବିଦ୍ୟାର୍ଥିମାନେ ପଢାପଢିରେ କୃତକାର୍ଯ୍ୟ ହେବେ ।

ପ୍ରତିକାର- ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

କର୍କଟ:

ଆଜି ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ, ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ । ମଧ୍ୟାହ୍ନ ପରେ ମିତ୍ରମାନଙ୍କ ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ , ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ପ୍ରତିକାର- ଶିବଙ୍କ ପାଖରେ ଘୃତ ଦୀପଟିଏ ଜାଳନ୍ତୁ

ସିଂହ:

ଆଜି ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିବ । ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ ଏବଂ ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବ । କ୍ରୀଡା କ୍ଷେତ୍ରରେ କୃତ କାର୍ଯ୍ୟ ହେବେ, ମହିଳାମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ ।

ପ୍ରତିକାର- ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

କନ୍ୟା:

ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ, ସ୍ବାସ୍ଥ୍ୟଗତ ସମସ୍ୟାକୁ ନେଇ ଚିକିତ୍ସକଙ୍କ ପରାମର୍ଶ ନେବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ଦୂର କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ । ପିତା ମାତାଙ୍କ ଆର୍ଶ୍ରିବାଦ ଆପଣଙ୍କୁ ଅନେକାଂଶରେ ବିଜୟୀ କରାଇବ ।

ପ୍ରତିକାର- ଗଣେଶ ପାଖରେ କର୍ପୁର ଆଳତୀ କରି ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ

ତୁଳା:

ଆଜି ପ୍ରତ୍ୟେକ କାର୍ଯ୍ୟର ବାଧାବିଘ୍ନ ସୃଷ୍ଟି ହୋଇପାରେ, ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରାଇବ । ଅପରାହ୍ନରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ, ଆକସ୍ମିକ ଖର୍ଚ୍ଚ ହୋଇପାରେ । ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସନୀୟା ହେବେ ।

ପ୍ରତିକାର- ମା ଲକ୍ଷ୍ମୀଙ୍କ ଦଶନାମକୁ ଜପ କରନ୍ତୁ

ବିଛା:

ଆଜି ଆତ୍ମବଶ୍ୱାସର ସହିତ ପ୍ରତ୍ୟେକ କାଯର୍ୟକୁ ଆପଣ ସଫଳତାରେ ଆଗେଇ ନେବେ, ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ । ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ, ସ୍ୱାଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି ।

ପ୍ରତିକାର-ହନୁମାନଙ୍କ ସିନ୍ଦୂର ମଥାରେ ଲଗାନ୍ତୁ, ହନୁମାନ ଚାଳିଶା ପାଠ କରନ୍ତୁ

ଧନୁ:

ଆଜି ଆପଣଙ୍କୁ ମାନସିକ ଶାନ୍ତି ଓ ବକେୟା ପ୍ରାପ୍ୟ ମିଳିବ । ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ ହେବେ । ଘରର ବାତାବରଣରେ ସୁଖ-ଶାନ୍ତି ରହିବ ଏବଂ ବ୍ୟବସାୟରେ ସଫଳତା ମିଳିବ ।

ପ୍ରତିକାର-ହଳଦୀ ରଙ୍ଗର ରୁମାଲ ବ୍ୟବହାର କରନ୍ତୁ

ମକର:

ପାରିବାରିକ ଜୀବନରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ , ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ । ଧନ ଏବଂ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ଅଛି, ମଧ୍ୟାହ୍ନ ପରେ ଆପଣଙ୍କ ସ୍ୱଭାବରେ ଭାବୁକତା ବଢ଼ିପାରେ । ଆପଣଙ୍କ କାର୍ଯ୍ୟଧାରାକୁ ଅଧିକ କ୍ରିୟାଶୀଳ କରିବାକୁ ଅଗ୍ରସର ହେବେ ।

ପ୍ରତିକାର-ମା କାଳୀଙ୍କୁ ଦର୍ଶନ କରିବା ସହିତ ରାଶି ତେଲର ଦୀପଟିଏ ଜାଳନ୍ତୁ

କୁମ୍ଭ:

ଆଜି ଆବଶ୍ୟକ ର୍ନିଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବପ୍ରଥମ ସ୍ଥାନ ଦେବେ । ମିତ୍ରମାନଙ୍କ ସହିତ ସାକ୍ଷାତ ହେବ ଯାହା ଦ୍ୱାରା ମନ ଆନନ୍ଦ ରହିବ । ଛୋଟ ଯାତ୍ରାର ଆୟୋଜନ ହୋଇପାରେ, ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ ।

ପ୍ରତିକାର- ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

ମୀନ:

ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ ଓ ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ । ମଧ୍ୟାହ୍ନ ପରେ ସମସ୍ତ କାଯର୍ୟରେ ସଫଳତା ହାସଲ କରିବେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

ପ୍ରତିକାର-ଦରିଦ୍ର, ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ