• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

୨୦୨୧ ମସିହା, ଡିସେମ୍ବର ମାସ ୩୦ ତାରିଖ, ଗୁରୁବାର, ଧନୁ ୧୫ ଦିନ, ପୌଷମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର, ତୁଳା, କୁମ୍ଭ ରାଶିର ଘାତବାର,ଶିମ୍ବ, ଆମିଷ ନ ଖାଇଲେ ଭଲ, ପର୍ବଦିନ-ସର୍ବସମ୍ମତ ସଫଳା ଏକାଦଶୀ

ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟ କଣ ରହିଛି । ତେବେ ଆସନ୍ତୁ ଜାଣିବା ମେଷ ରାଶିଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ...

ମେଷ:- ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବା ସହ ଅତି ଉତ୍ତମ ଫଳ ପାଇବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ରାଜନୈତିକ କ୍ଷେତ୍ରରେ ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ ।

ପ୍ରତିକାର:- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବୃଷ:-ସାମାଜିକ ପ୍ରତିଷ୍ଠା,ମାନସମ୍ମାନ ବୃଦ୍ଧିହେବ। ବ୍ୟବସାୟୀମାନେ ଅତ୍ୟଧିକ ଲାଭବାନ ହେବେ ଓ ଆର୍ଥିକ ସ୍ଥିତି ସୁଦୃଢ ହେବ । କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:- ଶତ୍ରୁମାନେ ମିତ୍ରତାର କାର୍ଯ୍ୟ କରିବେ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନଖୁସି ରହିବ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ସୁଖ୍ୟାତି ଲାଭ ହେବ ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:- କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ ।

ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:- ଶାରୀରିକ ଅସୁସ୍ଥତା ଦୂର ହୋଇ ଋଣଭାର କମିଯିବ । କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ । ଶତୃମାନେ ମଥାନତ କରିବେ ଓ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ ।

ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:- ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ର୍ନିବାହ କରିପାରିବେ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ସାଂସାରିକ ଜୀବନ ସୁଖମୟ ହେବ ଓ ଦାମ୍ପତ୍ୟ ସୁଖରେ ସୁଖୀ ହେବେ ।

ପ୍ରତିକାର:- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:- କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।

ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:- ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମ କ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ପୂରଣ ହେବ ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ ଓ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ର୍ନିଦ୍ଧାରିତ କରିବେ । ର୍ନିମାଣ ମୂଳକ ଯୋଜନାରେ ଆଗେଇଲେ ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ କରି ପାରିବେ ।

ପ୍ରତିକାର:- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:- ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ମିଳିବ ଓ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ଓ ଋଣଭାର ଲାଘବ ହେବ ।

ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:- ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ

ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ ।

ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:- ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇପାରେ ।

ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।