• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

୨୦୨୧ ମସିହା, ଡିସେମ୍ବର ମାସ ୩୧ ତାରିଖ, ଶୁକ୍ରବାର, ଧନୁ ୧୬ ଦିନ, ପୌଷମାସ, କୃଷ୍ଣପକ୍ଷ, ଦ୍ୱାଦଶୀତିଥି । ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟରେ କଣ ରହିଛି । ଦେଖନ୍ତୁ ମେଷ ରାଶି ଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ...

ମେଷ:- ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।

ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:- ସାମାଜିକ ସ୍ତରରେ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରି ସମ୍ମାନ ପାଇବେ । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରିବେ ।

ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:- ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ଶତୃବଧା ଦୂରେଇ ଯାଇ ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂରହୋଇ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ତ୍ୱ ଲାଭ କରିବେ ।

ପ୍ରତିକାର:- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:- ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ପ୍ରଶଂସା ପାଇବେ ଓ ବିଦ୍ୟା କ୍ଷେତ୍ରରେ ଶୁଭ ସୂଚନା ଶୁଣିବାକୁ ପାଇବେ ।

ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:- ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଅଧ୍ୟାତ୍ମିକ ଚେତନା ଦେଖାଦେବ । ଶତୃମାନେ ପରାଜିତ ହୋଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ

ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:- ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ । ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ ।

ପ୍ରତିକାର:- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:- ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯାଇ କର୍ମ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଆର୍ଥିକ ଦିଗର ଅଭିବୃଦ୍ଧି ପାଇଁ ଚେଷ୍ଟିତ ହେବେ । ଗଠନମୂଳକ ତଥା ସେବାସମ୍ବନ୍ଧିତ କାର୍ଯ୍ୟ ଯୋଗେ ସମ୍ମାନ ପାଇବେ ।

ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:- ଗୁପ୍ତଶତ୍ରୁ ଧରାପଡି ଲଜ୍ଜିତ ହେବେ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ବାଣିଜ୍ୟ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:- ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:- ଋଣଭାର ଲାଘବ ହେବା ଫଳରେ ମାନସିକ ଶାନ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ମାନସିକ,ବୌଦ୍ଧିକ,ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ ।

ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:- ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ । କର୍ମକ୍ଷେତ୍ରରରେ ଉଚ୍ଚକର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତିହେବା ସହ ପଦୋନ୍ନତି,ମାନସମ୍ମାନ ମିଳିବ ।

ପ୍ରତିକାର:- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:- ଭାତୃବିବାଦ, ଜମିବାଡ଼ି ଓ ଘରଜାଗା ନେଇଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଦାମ୍ପତ୍ୟକଳହ ମେଣ୍ଟିଯିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।

ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।