Advertisment

Daily Horoscope 31 Jan 2022: ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ଜାନୁୟାରୀ ମାସ, ୩୧ ତାରିଖ, ସୋମବାର, ମକର ୧୮ ଦିନ, ମାଘମାସ, କୃଷ୍ଣପକ୍ଷ ,ଚତୁର୍ଦ୍ଦଶୀତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର, ମିଥୁନ ରାଶିର ଘାତବାର, ସିଂହ ରାଶିର ଘାତଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ…

ଅଦ୍ୟତନ ହୋଇଛି
Daily Horoscope 31 Jan 2022

Daily Horoscope 31 Jan 2022

Advertisment

ଆଜି ୨୦୨୨ ମସିହା, ଜାନୁୟାରୀ ମାସ, ୩୧ ତାରିଖ, ସୋମବାର, ମକର ୧୮ ଦିନ, ମାଘମାସ, କୃଷ୍ଣପକ୍ଷ ,ଚତୁର୍ଦ୍ଦଶୀତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର, ମିଥୁନ ରାଶିର ଘାତବାର, ସିଂହ ରାଶିର ଘାତଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ…

Advertisment

ମେଷ:- କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବା ସହ ପ୍ରବଳ ଶତ୍ରୁମାନେ ଦୁର୍ବଳ ହୋଇପାରନ୍ତି । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇପାରିବେ । ରାଜନୀତି କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଛାତ୍ରଛାତ୍ରୀ ମାନେ ହସଖୁସିରେ ସମୟ ବିତେଇପାରନ୍ତି ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ବୃଷ:-ବିବେକ ବୁଦ୍ଧି ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିପାରନ୍ତି । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିପାରେ ।

Advertisment
  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:-କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ ଓ ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ପରିଶ୍ରମ କରିବେ ସେତେ ଅଧିକ ଲାଭ ହୋଇପାରେ । ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂର ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହୋଇପାରେ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କର୍କଟ:- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ ଓ ଶୁଭ ସମ୍ବାଦ ପାଇ ଆନନ୍ଦିତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହୋଇପାରନ୍ତି । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ

Advertisment
  • ପ୍ରତିକାର-ମହୁଟିକେ ଖାଇ ଘରୁ ବାହାରନ୍ତୁ

ସିଂହ:- ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିପାରିବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋପାରେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିପାରେ ।

  • ପ୍ରତିକାର:- କାଉ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କନ୍ୟା:-ସନ୍ତାନ ସୁଖରେ ସୁଖୀ ହେବା ସହ ସ୍ାସ୍ଥ୍ୟରେ ଉନ୍ନତି ପରିଲିଖିତ ହୋଇପାରେ । ଦୂର ଯାତ୍ରା କରି ମନ ଖୁସି ରହିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହୋଇପାରନ୍ତି । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ଓହଇପାରେ ।

  • ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

ତୁଳା:- ଶରୀର ସୁସ୍ଥ ରହିବ ଓ କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିପାରେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଲୋକପ୍ରିୟତା ମଧ୍ୟ ହାସଲ କରି ପାରିବେ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ବିଚ୍ଛା:- ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବା ସହ ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହୋଇପାରେ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ ଓ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ ଓ ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିପାରେ ।

  • ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ଧନୁ:-ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିପାରନ୍ତି । ବ୍ୟାପାର ବାଣିଜ୍ୟ ଓ କାମ-କାଯର୍ୟର ସ୍ଥିତି ସନ୍ତୋଷ ଜନକ ହୋଇପାରେ । ତଳ ମହଲରୁ ଆଶାତୀତ ଲାଭ ପାଇ ପାରିବାରିକ ଜୀବନ ଆନନ୍ଦରେ କଟିପାରେ ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ମକର:-ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବା ସହ ଆତ୍ମସନ୍ତୋଷ ଲାଭ କରିପାରନ୍ତି । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରନ୍ତି । ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିପାରେ ।

  • ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

କୁମ୍ଭ:-ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ ଓ ଅନେକ କ୍ଷେତ୍ରରେ ସ୍ୱାଭିମାନ ରକ୍ଷା ହୋଇପାରେ । ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ସନ୍ତୁଷ୍ଟ ରହିବେ ଓ ଭଲ କାର୍ଯ୍ୟ କରି ଆଶାଆକାଂକ୍ଷାକୁ ପୂର୍ଣ୍ଣ କରିପାରିବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିପାରିବ ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:- ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ ଓ ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରନ୍ତି । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହୋଇପାରନ୍ତି । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
Daily Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ