• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଫେବୃଆରୀ ୪ ତାରିଖ, ଶୁକ୍ରବାର, ମକର, ୨୨ ଦିନ, ମାଘ ମାସ, ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, ପୂର୍ବ ଭାଦ୍ର, ନକ୍ଷତ୍ର କୁମ୍ଭ, ଜାଣନ୍ତୁ ଆଜିର ରାଶିଫଳ....

ମେଷ -ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ବନ୍ଧୁମାନଙ୍କ କଥା ବାର୍ତ୍ତା ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ଦେଇପାରେ । ର୍ନିଦ୍ଦିଷ୍ଟ ସମୟରେ କାମଟି ସମ୍ପୂର୍ଣ୍ଣ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବିଳମ୍ବରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।

  • ପ୍ରତିକାର- କିଛି ମହୁ ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ

 

ବୃଷ- ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ, ର୍ନିମାଣଧୀନ ଆନୁଷ୍ଠାନିକ କାମରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ଆଲୋଚନା ପରିସରରେ ଆପଣ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହୋଇପାରନ୍ତି ।

  • ପ୍ରତିକାର-ଅଶ୍ୱତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀର କଳାରାଶି ମିଶାଇ ଢାଳନ୍ତୁ

 

ମିଥୁନ- ଆଜି ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କି ତ ବିବାଦର ଆଶୁ ସମାଧାନ ହୋଇଯିବ । କଳା,ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦିରେ କାର୍ଯ୍ୟ କରୁଥିଲେ ପୂର୍ବର ସମସ୍ୟା ସମାଧାନ ହୋଇଯିବ ।

  • ପ୍ରତିକାର-ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ୨୭ଥର ଜପ କରନ୍ତୁ

 

କର୍କଟ- ଆଜି ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାଗ୍ରସ୍ତ ହୋଇପଡିବେ । ମତପାର୍ଥକ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ନିଜ ସାଧନାରେ ସଫଳତା ପାଇପାରିବେ ।

  • ପ୍ରତିକାର- ଆଜି ୧୦୮ ଥର ନମୋଃ ଶିବାୟ ମନ୍ତ୍ରକୁ ଜପ କରନ୍ତୁ

 

ସିଂହ - ଆଜି କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ ପାରିବାରିକ ଜୀବନରେ ଖଳଲୋକଙ୍କ କାନକୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇପାରେ । ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ର୍ନିଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

  • ପ୍ରତିକାର-ସୂର୍ଯ୍ୟଙ୍କୁ ସାତ ଆଞ୍ଜୁଳା ଜଳ ପ୍ରଦାନ କରନ୍ତୁ

 

କନ୍ୟା- ଆଜି କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି, ଦେଖା ଦେବ, ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ । ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃବିବାଦ ଦେଖାଦେଇପାରେ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହୋଇପାରନ୍ତି ।

  • ପ୍ରତିକାର- ତୁଳସୀ ମୂଳେ ଜଳ ପ୍ରଦାନ କରନ୍ତୁ ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ

 

ତୁଳା -ଆଜି ପୂର୍ବର ସମସ୍ୟା ସମାଧାନ ହୋଇଯିବ ପାରିବାରିକ ଜୀବନ ସୁଖଶାନ୍ତିରେ କଟିପାରେ । କୌଣସି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ ସେଥିରେ ସଫଳ ହୋଇପାରିବେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ ଯାହାକି ସାମୟିକ ମାନସିକ ଦୁଶ୍ଚିନ୍ତାର କାରଣ ହୋଇପାରେ ।

  • ପ୍ରତିକାର-ଧଳା ରଙ୍ଗର ରୁମାଲ ବ୍ୟବହାର କରନ୍ତୁ

 

ବିଛା -ଆଜି କାର୍ଯ୍ୟ ସିଦ୍ଧି ସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ , ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ଆକସ୍ମିକ ଭାବରେ କୌଣସି ସମସ୍ୟା ହେତୁ ର୍ନିମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଉପରିସ୍ଥଙ୍କ କର୍ମ ଚାରିଙ୍କ ଆଦେଶାନୁସାରେ କାଯର୍ୟ କରିବା ପାଇଁ ବାଧ୍ୟ ହୋଇପାରେ ।

  • ପ୍ରତିକାର-ହନୁମାନଙ୍କୁ ଦର୍ଶନ କରନ୍ତୁ, ତାଙ୍କ ସିନ୍ଦୂର ମଥାରେ ଲଗାନ୍ତୁ

 

ଧନୁ - ଆଜି କର୍ମ କ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରଶଂସନୀୟ ହୋଇପାରନ୍ତି । ପରୋକ୍ଷ ଶତ୍ରୁତା କାରଣରୁ ଅପରାହ୍ନରେ ମନ ଭାରାକ୍ରାନ୍ତ ରହିପାରେ । କୋଟ୍‌ କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହେବ ସମସ୍ତ କାର୍ଯ୍ୟରେ ସାହାଯ୍ୟ ଓ ସହଯୋଗ ପାଇପାରିବେ ।

  • ପ୍ରତିକାର-କିଛି ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ

 

ମକର- ଆଜି ଯଗିରଖି ଚଳନ୍ତୁ କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି । ଅଂଶୀଦାର ବ୍ୟବସାୟୀମାନଙ୍କ ସହ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ ,ବିଦ୍ୟାର୍ଥୀ ମାନେ ବିଦ୍ୟାରେ ସଫଳତା ପାଇପାରନ୍ତି ।

  • ପ୍ରତିକାର-ସାତଟି ନୀଳ ଅପରାଜିତା ଫୁଲ ମା କାଳୀଙ୍କୁ ଚଢାନ୍ତୁ

 

କୁମ୍ଭ- ଆଜି ଆପଣଙ୍କର ଦିନ ଖୁବ୍ ଭଲରେ କଟିବ, ବକେୟା ପ୍ରାପ୍ୟ ମିଳିବ ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିପାରେ । ବିବାଦରେ ନୂଆ ମୋଡ଼ ଦେଖାଦେବ ପୂର୍ବର ସମସ୍ୟା ସମାଧାନ ହୋଇଯିବ । ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନ ନେବା ସହ ସମ୍ମାନ ପ୍ରାପ୍ତି ହେବେ, ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି ।

  • ପ୍ରତିକାର-କୈଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

 

ମୀନ - ଆଜି ଆପଣଙ୍କ ଦୃଢ଼ ମନୋବଳ ଯୋଗୁ ପ୍ରତ୍ୟେକଟି କ୍ଷେତ୍ରରେହିଁ ବିଜୟ ଲାଭ କରିପାରନ୍ତି । ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯତ୍ନ କଲେ ଉପକୃତ ହୋଇପାରନ୍ତି । କୌଣସି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ ସେଥିରେ ସଫଳ ହୋଇପାରିବେ ।

  • ପ୍ରତିକାର-କିଛି ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ