Daily Horoscope 5 Feb 2022: ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ଫେବୃଆରୀ ୫ ତାରିଖ, ଶନିବାର, ମକର ୨୩ ଦିନ ମାଘ ମାସ ଶୁକ୍ଳପକ୍ଷ,ପଞ୍ଚମୀ ତିଥି, ଉତ୍ତର ଭାଦ୍ର, ନକ୍ଷତ୍ର, ମୀନ ଚନ୍ଦ୍ର, ଜାଣନ୍ତୁ ଆଜିର ରାଶିଫଳ...

ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ଫେବୃଆରୀ ୫ ତାରିଖ, ଶନିବାର, ମକର ୨୩ ଦିନ ମାଘ ମାସ ଶୁକ୍ଳପକ୍ଷ,ପଞ୍ଚମୀ ତିଥି, ଉତ୍ତର ଭାଦ୍ର, ନକ୍ଷତ୍ର, ମୀନ ଚନ୍ଦ୍ର, ଜାଣନ୍ତୁ ଆଜିର ରାଶିଫଳ...

ମେଷ -ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇପାରେ । ଭ୍ରମଣର ଯୋଗ ରହିଛି । ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ ।

ବୃଷ -ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇପାରନ୍ତି । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିପାରେ ।

ମିଥୁନ - ଅପ୍ରିୟସତ୍ୟ ଭାଷଣ ଜନିତ ବନ୍ଧୁଙ୍କ ସହ କଳହର ସୂଚନା ରହିଛି । ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ । ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି ।

କର୍କଟ -ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିପାରିବ । ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହୋଇପାରିବେ । ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ ।

ସିଂହ -ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହୋଇପାରିବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ । କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ ।

କନ୍ୟା - ଆଜି ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିପାରେ । ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇପାରନ୍ତି ।

ତୁଳା - ପାରିବାରିକ ଜୀବନରେ ସମସ୍ୟା ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିପାରିବେ । ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରେ ।

ବିଛା- ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭ ଫଳ ମିଳିପାରେ । ଯାତ୍ରାରେ ସଫଳତା ହାସଲ କରିପାରନ୍ତି । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।

ଧନୁ- ଆଜି ଆପଣ ଯଗି ରଖି ଚଳାନ୍ତୁ । ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଉପୁଜିପାରେ । ଚେଷ୍ଟା କରୁଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁଯୋଗ ସୃଷ୍ଟି ହେବ । ବ୍ୟବସାୟ ବାଣିଜ୍ୟରେ ଲାଭବାନ ହୋଇପାରିବେ ।

ମକର -ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ର୍ଧଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହୋଇପାରିବେ । ଦୂରଯାତ୍ରାର ସୁଯୋଗ ପାଇପାରିବେ ।

କୁମ୍ଭ - ଆଜି ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି । ଖାଦ୍ୟ ପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ । ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି ।

ମୀନ -ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ । କର୍ମ କ୍ଷେତ୍ରରେ ସଫଳତା ମିଳିପାରେ । ଯାନବାହନ ଚଳାଇବାବେଳେ ଆଜି ସତର୍କତା ଅବଲମ୍ବନ କରନ୍ତୁ ।