• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା ଅପ୍ରେଲ ୬ ତାରିଖ, ବୁଧବାର, ମୀନ, ୨୩ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ପଞ୍ଚମୀ ତିଥି, ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ... 

ମେଷ:
 ଛାତ୍ରଛାତ୍ରୀ ମାନେ  ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ,ଗୃହୋପକରଣ କ୍ରୟ କରିବେ ।

ପ୍ରତିକାର- ସାତଟି ଲାଲ୍ ମନ୍ଦାର ଫୁଲ ମା ପାର୍ବତୀଙ୍କୁ ଚଢାନ୍ତୁ 

ବୃଷ: 
ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ପାରିବାରିକ ଅଶାନ୍ତି ଅସନ୍ତୋଷ ଦୂର ହୋଇଯିବ  ଯାହାଫଳରେ  ମାନସିକ ଶାନ୍ତି ଅନୁଭବ କରିବେ ।
 ଛାତ୍ରଛାତ୍ରୀ ମାନେ ପାଠ ପଢାରେ ମନଯୋଗ ଦେବେ ,ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ ।

ପ୍ରତିକାର- ପଞ୍ଚାମୃତ ପାନକରି ଘରୁ ବାହାରନ୍ତୁ 

ମିଥୁନ:

ସ୍ୱାସ୍ଥ୍ୟ ଠିକ୍ ରହିବ  । ଅପରାହ୍ନରେ କୋଣସି ଶୁଭ ଖବର ଶୁଣିପାରନ୍ତି । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । 
ବ୍ୟବସାୟରେ ସଫଳତା ମିଳିବ ଆଶାନୁରୂପ ଲାଭ ମିଳିବ, ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।  

ପ୍ରତିକାର-ଗଣେଶଙ୍କୁ କର୍ପୂର ଆଳତୀ କରି ପ୍ରଣାମ କରନ୍ତୁ 

କର୍କଟ:
ସହକର୍ମୀ ମାନଙ୍କର ସାହାଯ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ବିଶ୍ୱାସ ଭାଜନ ହେବେ । ପିତା ମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହୋଇପାରନ୍ତି, ଧନହାନୀ ହେବାର ସମ୍ଭାବନା ଅଛି  ।


ପ୍ରତିକାର:- ଗାଈକୁ ଦୁବଘାସ  ଖାଇବାକୁ ଦିଅନ୍ତୁ 

ସିଂହ:
ଆଜି ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେଇପାରେ। କୌଶଳକ୍ରମେ ତାହାକୁ ସମାଧାନ କରିବେ । କ୍ରୀଡା, ପ୍ରତିଦ୍ୱନ୍ଦିତା ଓ ପ୍ରତିଯୋଗୀତାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଲାଭ ମିଳିବ  ।

ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ 

କନ୍ୟା: 
ଆଜି ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆମୋଦ-ପ୍ରମୋଦରେ ଦିନ କାଟିବେ କ୍ରୀଡା, ନୃତ୍ୟ ସଂଗୀତ, କଳା କ୍ଷେତ୍ରରେ ଥିଲେ ସୁନାମ ଅର୍ଜନ କରିବେ ।

ତୁଳା: 
ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ସହକର୍ମୀ ମାନଙ୍କ ଦ୍ୱାରା ବାକି ରହିଥିବା କାର୍ଯ୍ୟ ଗୁଡ଼ିକ ଯଥାରୀତି ସମ୍ପାଦନ କରିବେ ।
 ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହେବା ସହ ବହୁବିଧ ସୁଯୋଗ ଜୁଟିବ, ଶୁଭ ସମ୍ବାଦ ପାଇବେ ଓ ମନ ପ୍ରଫୁଲ୍ଲିତ ରହିବ  

ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ 

ବିଛା: 
ଅଧ୍ୟୟନ, ଅଧ୍ୟାପନା କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳିବ ଶରୀର ସୁସ୍ଥ ରହିବ । ସୁସ୍ୱାଦୁ ଭୋଜନ ମିଳିବ ନେଇ ମନଖୁସି ରହିବ,ପ୍ରେମିକ ପ୍ରେମିକାମାନେ ପ୍ରେମରେ ସଫଳତା ହାସଲ କରିବେ ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଭାବିଚିନ୍ତି ପଦକ୍ଷେପ ନେବା ଭଲହେବ ।

ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ 

ଧନୁ: 
ଆଜି ଆପଣଙ୍କୁ ଶୁଭାଶୁଭ ମିଶ୍ରିତ ଫଳ ମିଳିବପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । କ୍ରୀଡା ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ହାସଲ କରିବେ । ପରିବେଶ ସୁରକ୍ଷା ପାଇଁ କାର୍ଯ୍ୟ କରି ପ୍ରଶଂସିତ ହେବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯି ପାରେ , ଜଗିରଖି ନ ଚଳିଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି  ।

ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ 

ମକର: 

ଆଜି ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ ଫଳରେ ମନ ଖୁସି ରହିବ । ଅଚାନକ ଧନପ୍ରାପ୍ତିର ଯୋଗ ରହିଛି ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ଖୋଲିଯିବ , ପରିବାରରେ ଭାଇ ଭଉଣୀ ମାନଙ୍କ ସହିତ ଆନନ୍ଦ ଉଲ୍ଲାସରେ ଦିନ କାଟିବେ   

ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ 

କୁମ୍ଭ: 
ଆଜି ଆପଣଙ୍କୁ ସାହାଯ୍ୟ ସହଯୋଗ ସହାନୁଭୂତି ମିଳିବ ବହୁ ଦିନର ସ୍ୱପ୍ନ ସାକାର ହେବ । କର୍ମକ୍ଷେତ୍ରରେ ଆତ୍ମର୍ନିଭର ଶୀଳ ହେବେ , ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ , ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ  ।

ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ 

ମୀନ: 

ଆଜି କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ , ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ ଦେଇ ପ୍ରଶଂସିତ ହେବେ । ଆକସ୍ମିକ ଅର୍ଥଲାଭ ହେବ  ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚ ଶିକ୍ଷା ମନ ବଳାଇବେ । ସଭାସମିତି, ସାହିତ୍ୟ ଆଲୋଚନାରେ ସମ୍ମାନିତ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ  ମାନ ସମ୍ମାନ ବୃଦ୍ଧି ହେବ  

ପ୍ରତିକାର- ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ