• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ

ଆଜି ୨୦୨୨ ମସିହା, ମେ ମାସ, ୬ ତାରିଖ, ଶୁକ୍ରବାର, ମେଷ, ୨୩ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ଷଷ୍ଠୀ ତିଥି, ଆଦ୍ରା ନକ୍ଷତ୍ର,ମିଥୁନ ଚନ୍ଦ୍ର । ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

ମେଷ:

ଆଜି ଯଗି ରଖି ଚଳନ୍ତୁ ଭାଇ,ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇ ପାରେ । ଶରୀର ସୁସ୍ଥ ରହିବ, ବକେୟା ଅର୍ଥ ହସ୍ତଗତ ହେବ । ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ ।

ପ୍ରତିକାର-ସାତଟି ଲାଲ୍ ରଙ୍ଗର ମନ୍ଦାର ଫୁଲ ଗ୍ରାମ ଦେବତୀଙ୍କୁ ଚଢାନ୍ତୁ

ବୃଷ:

ଆଜି ଯେକୈାଣସି ପରିସ୍ଥିତିରେ ମଧ୍ୟ ଆପଣଙ୍କ ବୁଦ୍ଧିବଳ ଖଟାଇ କାମ ହାସଲ କରିବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କାର୍ଯ୍ୟ କରି ପ୍ରଶଂସିତ ହେବେ । ଅର୍ଥଲାଭ ଓ ଶୁଭଖବର ପାଇ ମନ ଖୁସୀ ହୋଇଯିବ ।

ପ୍ରତିକାର-ତିନୋଟି ପାଚିଲା କଦଳୀ ଗାଈକୁ ଖାଇବାକୁ ଦିଅନ୍ତୁ

ମିଥୁନ:

ଆଜି ସମସ୍ତ କାମରେ ସାହସିକ ପଦେକ୍ଷପ ନେଇ କୃତକାର୍ଯ୍ୟ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । କ୍ରୀଡା,ଚଳଚ୍ଚିତ୍ର ଓ କଳା,ସାହିତ୍ୟରେ ଉନ୍ନତି କରିବେ ।

ପ୍ରତିକାର-ସାତଟି ପାନ ପତ୍ର ଓ ସାତଟି ଦୁବ ଶ୍ରୀ ଗଣେଶଙ୍କୁ ଚଢାନ୍ତୁ

କର୍କଟ:

ଆଜି ହସ ଖୁସିରେ ଦିନଟି କାଟିବେ । କୈାଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି । ବୁଦ୍ଧି ବିବେକ ଓ ଜ୍ଞାନ ବଳରେ ପୂର୍ବ ସମସ୍ୟାର ସରଳ ସମାଧନ କରିବେ ।

ପ୍ରତିକାର-ହଳଦୀ ରଙ୍ଗ ଚନ୍ଦନର ଟିକା ମଥାରେ ଲଗାନ୍ତୁ

ସିଂହ:

ଆଜି ଅଟକି ରହିଥିବା କାର୍ଯ୍ୟକୁ ତ୍ୱରାନିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ । କୈଣସି ଶୁଭଖବର ପାଇ ଖୁସି ହେବେ । ପରିବାରରେ ଭାତୃ ସମ୍ପର୍କ ସୁଦୃଢ ହେବ । ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ ।

ପ୍ରତିକାର-ସୂର୍ଯ୍ୟଙ୍କ ଗାୟତ୍ରୀ ମନ୍ତ୍ର ପଢି ଗୁଡ଼ ପାଣିରେ ସୂଯର୍ୟଙ୍କୁ ଅର୍ଘ୍ୟ ଦିଅନ୍ତୁ

କନ୍ୟା:

ଆଜି କର୍ମକ୍ଷେତ୍ରରେ ବାଦ ବିବାଦ ଦେଖାଦେଇପାରେ । ସାହାଯ୍ୟ ସହଯୋଗ ପାଇ ମନ ବଳ ସୁଦୃଢ ହେବ । ଆଇନ ଅଦାଲତରେ ମାମଲାର ବିଚାର ଆପଣଙ୍କ ସପକ୍ଷରେ ଆସିବ ।

ପ୍ରତିକାର-କିଛି ଅରୁଆ ଚାଉଳ କଳାବିରି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ

ତୁଳା:

ଆଜି ମାନସିକ ଚିନ୍ତା ଶାରୀରିକ ଅସୁସ୍ଥତା ଯୋଗୁଁ ମନ ଭାରାକ୍ରାନ୍ତ ହେବ । କୈଣସୀ ମାଙ୍ଗଳିକ ବିଷୟରେ ଆଲୋଚନା କରି ଶେଷ ପର୍ଯ୍ୟୟରେ ପହଁଞ୍ଚିବେ । ବ୍ୟବସାୟ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ ।

ପ୍ରତିକାର-ରାଶି ତେଲର ଦୀପଟିଏ ମା କାଳୀଙ୍କ ପାଖରେ ପ୍ରଦାନ କରନ୍ତୁ

ବିଛା:

ଆଜି ବହୁ ଦିନର ଆଶା ଅଭିଳାଷ ପୁରଣ ହେବ । ମହିଳାମାନେ ଆମୋଦ ପ୍ରମୋଦରେ ଦିନଟି କାଟିବେ । ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ

ପ୍ରତିକାର-ହନୁମାନଙ୍କୁ ଦର୍ଶନ କରିବା ସହିତ ସାତଟି ପେଡା ହନୁମାନଙ୍କ ପାଖରେ ଭୋଗ କରନ୍ତୁ

ଧନୁ:

ଆଜି ଆପଣ ପ୍ରତ୍ୟେକ କାଯର୍ୟରେ ସଫଳତା ହାସଲ କରିବେ । ଲକ୍ଷ୍ୟ ସ୍ଥଳରେ ପହଁଞ୍ଚିବା ପାଇଁ କେହି ଜଣେ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବେ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ।

ପ୍ରତିକାର-ମହାପ୍ରଭୁ ବିଷ୍ଣୁଙ୍କୁ ଦର୍ଶନ କରନ୍ତୁ ତାଙ୍କ ପାଖରେ ଘୃତ ଦୀପ ଟିଏ ପ୍ରଦାନ କରନ୍ତୁ

ମକର:

ଆଜି ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ । ପିତା ମାତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ । ଅପରାହ୍ନରେ କୈାଣସି ଶୁଭ ଖବର ଶୁଣିପାରନ୍ତି । ଆୟ ବୃଦ୍ଧି ଘଟିବ ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ ।

ପ୍ରତିକାର-କଉଡିଟିଏ ନିଜ ପାଖରେ ରଖନ୍ତୁ

କୁମ୍ଭ:

ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି ନୂତନ କର୍ମାରମ୍ଭ କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ ।

ପ୍ରତିକାର-କିଛି ମିଠା ଦହି ଖାଇ କାଯର୍ୟ ଆରମ୍ଭ କରନ୍ତୁ

ମୀନ:

ଆଜି ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ,ଫଳରେ କାମ ପ୍ରତିସ୍ପୃହା ରହିବ ନାହିଁ । କର୍ମକ୍ଷେତ୍ରରେ କୈାଣସି ସଠିକ୍ ନିଷ୍ପତି ନେଇ ପାରିବେ ନାହିଁ । ପ୍ରତିବନ୍ଧକ କାରଣରୁ ଶେଷ ସମୟରେ ଯାତ୍ରା ସ୍ଥଗିତ ରହିଯିବ ।

ପ୍ରତିକାର-ଗାୟତ୍ରୀ ମହାମନ୍ତ୍ରକୁ ୨୭ଥର ଜପ କରନ୍ତୁ