• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଅପ୍ରେଲ, ୭ ତାରିଖ, ଗୁରୁବାର, ମୀନ, ୨୪ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ଷଷ୍ଠୀ ତିଥି, ମୃଗଶିରା ନକ୍ଷତ୍ର, ବୃଷ ଚନ୍ଦ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ମେଷ:- ଆଜି ଆପଣଙ୍କୁ ନୂତନ ନିଯୁକ୍ତିର ମିଳିବାର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ ବିଦ୍ୟାର୍ଥୀ ଓ କ୍ରୀଡ଼ାବିତ୍ ପରିଶ୍ରମ କରି ଶେଷରେ କୃତକାର୍ଯ୍ୟ ହେବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।

ବୃଷ:- ବାପାମାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଘଟିପାରେ । ରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିପାରନ୍ତି । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।

  • ପ୍ରତିକାର- ଓଁ ନମଃ ଶିବାୟ ଏହି ମନ୍ତ୍ରରେ ପାଞ୍ଚଟି ତ୍ରୀଶାଖା ବେଲପତ୍ର ଶିବଲିଙ୍ଗରେ ଚଢାନ୍ତୁ

ମିଥୁନ:- ପାରିବାରିକ ସମସ୍ୟାକୁ ନେଇ ମନ ଅସ୍ଥିର ରହିବ ଯେଉଁମାନଙ୍କୁ ସାହାଯ୍ୟ ସହଯୋଗ କରିଥିଲେ ପରୋକ୍ଷରେ ସେମାନେ ଆପଣଙ୍କ ବିପକ୍ଷରେ ଯାଇପାରନ୍ତି । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ ମହିଳାମାନେ ବିଷାଦଗ୍ରସ୍ତ ହୋଇପାରନ୍ତି ।

  • ପ୍ରତିକାର- ସାତଟି ଦୁବ ଗଣେଶଙ୍କୁ ଚଢାନ୍ତୁ

କର୍କଟ: କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇପାରନ୍ତି । ଜୀବନ ସାଥୀର ସହଯୋଗ ପାଇବେ ଅଚାନକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ବିଜୟୀ ହେବେ ସୁସମାଚାର ଶୁଣି ଆନନ୍ଦିତ ହୋଇପାରନ୍ତି ।

  • ପ୍ରତିକାର- ଶିବ ପଞ୍ଚାକ୍ଷର ସ୍ତୋତ୍ର ପାଠ କରନ୍ତୁ

ସିଂହ:- ପୂର୍ବରୁ ଲାଗି ରହିଥିବା ବାଦବିବାଦରେ ଆଶୁ ସମାଧାନ ହୋଇପାରେ । ବାଣିଜ୍ୟ, ବ୍ୟବସାୟରେ ଆୟ ବୃଦ୍ଧି ଘଟିବ କର୍ମକ୍ଷେତ୍ରରେ ଉଚ୍ଚ କତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହୋଇପାରନ୍ତି । ଶତ୍ରୁମାନେ ପରାଜିତ ହେବେଦେହ ମନ ସୁସ୍ଥ ରହିପାରେ ।

  • ପ୍ରତିକାର- ଓଁ ଘୃଣି ସୂର୍ଯ୍ୟାୟ ନମଃ ଏହି ମନ୍ତ୍ରରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦିଅନ୍ତୁ

କନ୍ୟା:-ଆଜି ଆପଣ ଜଗି ରଖି ଚଳନ୍ତୁ ଅପମାନ, ଅପଯଶ, ଅପବାଦ ପାଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହୋଇପାରନ୍ତି । ବାପାମାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ପରିଶ୍ରମ ଅନୁଯାୟୀ ଆଶାଜନକ ଶୁଭ ଫଳ ପାଇବେ ନାହିଁ ।

  • ପ୍ରତିକାର- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ

ତୁଳା :- ଆଜି ବ୍ୟବସାୟରେ ଆୟ ମଧ୍ୟମ ହୋଇପାରେ । ନିଜର ଉପସ୍ଥିତ ବୁଦ୍ଧି ବଳରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟୟରେ ପହ଼଼ଞ୍ଚାଇପାରନ୍ତି । ମୂଲ୍ୟବାନ ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ ମହିଳାମାନେ ଅତିଥି ସତ୍କାର କରିପାରନ୍ତି ।

  • ପ୍ରତିକାର- ମା ଲକ୍ଷ୍ମୀଙ୍କ ଦଶ ନାମକୁ ଦଶ ଥର ଜପ କରନ୍ତୁ

ବିଛା:- ଆଜି କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାନୁରୂପ ସଫଳତା ପାଇପାରନ୍ତି । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ପରିବାରର ସାହାଯ୍ୟ ସହଯୋଗ ପାଇବାରୁ ମନ ପ୍ରଫୁଲ୍ଲିତ ରହିପାରେ ।

  • ପ୍ରତିକାର- ହନୁମାନଙ୍କୁ ଦର୍ଶନ କରିବା ସହିତ ରାଶି ତେଲର ଦୀପଟିଏ ଜାଳନ୍ତୁ

ଧନୁ:-ଆଜି ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ନାହିଁ । କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହୋଇପାରେ । ଯାତ୍ରା ସମୟରେ ସତର୍କ ଅବଲମ୍ବନ କରନ୍ତୁ । ଯାନ୍ତ୍ରିକ ତ୍ରୁଟି ବା ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେଇପାରେ ।

  • ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ

ମକର:- ଆଜି ଆପଣଙ୍କର ବହୁଦିନର ଆଶା ପୂରଣ ହେବ । ଯଶ, ମାନ ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିପାରେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହୋଇପାରନ୍ତି । ମହିଳାମାନେ ପରିବାରର ଆଦର ପାଇପାରନ୍ତି ।

  • ପ୍ରତିକାର- ଶିବଙ୍କ ପାଖରେ କର୍ପୁର ଆଳତୀ କରି ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ

କୁମ୍ଭ:- ଅଟକିଥିବା କାମକୁ ପୁଣି ଆରମ୍ଭ କରିବେ ସମ୍ପୂର୍ଣ୍ଣ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି ଘଟିବ ପୂର୍ବର ଯୋଜନାକୁ ପରିବର୍ତ୍ତିତ କରି ପ୍ରଶଂସିତ ହୋଇପାରନ୍ତି । ବକେୟା ଅର୍ଥ ଆଦାୟ ପାଇଁ ଦିନଟି ଅନୁକୂଳ ରହିବ ମହିଳାମାନେ ଘରକରଣା ଜିନିଷ କ୍ରୟ କରିପାରନ୍ତି ।

  • ପ୍ରତିକାର: କାଉ ଓ ପାରାଙ୍କୁ କିଛି ଶସ୍ୟ ଖାଇବାକୁ ଦିଅନ୍ତୁ

ମୀନ:- ଆଜି ଆକସ୍ମିକ ଧନଲାଭର ଯୋଗ ରହିଛି । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଯାତ୍ରାରେ ଶୁଭଫଳ ମିଳିପାରେ । ଶାରୀରିକ ମାନସିକ ପାରିବାରିକ ଅଭିବୃଦ୍ଧି ଘଟିବ ବିଦ୍ୟାର୍ଥୀମାନଙ୍କୁ ସଫଳତା ମିଳିପାରେ । ବିଦ୍ୟାକ୍ଷତ୍ରରେ ପରିଶ୍ରମ ଜାରି ରଖିପାରନ୍ତି । ମହିଳାମାନେ ଆନନ୍ଦିତ ହୋଇପାରନ୍ତି ।

  • ପ୍ରତିକାର- ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ