• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଫେବୃଆରୀ ୭ ତାରିଖ, ସୋମବାର, ମକର, ୨୫ ଦିନ, ମାଘ ମାସ, ଶୁକ୍ଳପକ୍ଷ,ସପ୍ତମୀ ତିଥି, ଅଶ୍ୱିନୀ ନକ୍ଷତ୍ର,ମେଷ,ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

ମେଷ-ଆଜିର ପାରିବାରିକ ଜୀବନ ସୁଖ ପ୍ରଦ ହୋଇପାରେ । ଅଟକି ରହିଥିବା କାମ ଗୁଡିକ କରିବାକୁ ଅଗ୍ରସର ହୋଇପାରନ୍ତି । ଛାତ୍ର ଛାତ୍ରୀମାନେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିପାରନ୍ତି ।

ପ୍ରତିକାର-ସାତୋଟି ଲବଙ୍ଗ ପାଖରେ ରଖନ୍ତୁ

ବୃଷ - ଆଜି ଆକସ୍ମିକ ଭାବରେ ବକେୟା ଅର୍ଥ ହସ୍ତଗତ ହୋଇପାରେ । ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ରହିଈପାରେ । ପରିବାର ପାଇଁ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହୋଇପାରନ୍ତି ।

ପ୍ରତିକାର-ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

ମିଥୁନ-ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ । ବ୍ୟବସାୟ ପରିବହନ ପାଇଁ ଦିନଟି ଶୁଭ ପ୍ରଦ ହୋଇପାରେ ।

ପ୍ରତିକାର-ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ଥର ଜପ କରନ୍ତୁ

କର୍କଟ -ଆଜି ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ବହୁ ଦିନର ଆଶା ଓ ଅଭିଳାଷ ପୂରଣ ହୋଇପାରେ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହୋଇପାରନ୍ତି ।

ପ୍ରତିକାର- କିଛି ଖାଦ୍ୟ କୁକୁରକୁ ଖାଇବାକୁ ଦିଅନ୍ତୁ

ସିଂହ- ଆଜି ଦିନଟି ଆପଣଙ୍କ ଲାଗି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିପାରେ । ବିଭିନ୍ନ ସୂତ୍ରରୁ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି ।

ପ୍ରତିକାର-ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ

କନ୍ୟା-ଆଜି କାର୍ଯ୍ୟ ସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିପାରେ । ପରିବାରରେ ଭୁଲ୍ ବୁଝାମଣା ଅଶାନ୍ତି ଦେଖାଦେଇପାରେ । ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇପାରେ ।

ପ୍ରତିକାର-ଶିବଙ୍କ ପାଖରେ ପାଞ୍ଚୋଟି ତ୍ରୀଶାଖା ବେଲପତ୍ର ମହାମୃତ୍ୟୁଞ୍ଜୟ ମନ୍ତ୍ରରେ ପ୍ରଦାନ କରନ୍ତୁ

ତୁଳା- ଆଜି ହସଖୁସିରେ ଦିନଟିକୁ କାଟିପାରନ୍ତି । ଅପରାହ୍ନରେ ଆପଣଙ୍କ ନାମରେ ମିଥ୍ୟା ଗୁଜବ ଦେଖାଦେଇପାରେ ସତର୍କ ରୁହନ୍ତୁ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ

ପ୍ରତିକାର- କୌଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

ବିଛା- ଆଜି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହୋଇପାରନ୍ତି । ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ, ଶତ୍ରୁମାନେ ପରାଜିତ ହୋଇପାରନ୍ତି । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ ବିଜୟୀ ହୋଇପାରିବେ ।

ପ୍ରତିକାର-ଗାଈକୁ କିଛି ଦୁବଘାସ ଖାଇବାକୁ ଦିଅନ୍ତୁ

ଧନୁ- ଆଜି ଶାରୀରିକ ମାନସିକ ପାରିବାରିକ ଅଭିବୃଦ୍ଧି ଘଟିବ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିପାରନ୍ତି ।

ପ୍ରତିକାର-ଓମ ନମଃ ଭଗବତେ ଶ୍ରୀ ସୂର୍ଯ୍ୟ ନାରାୟଣାୟ ଏହି ମନ୍ତ୍ରକୁ ଦଶଥର ଜପ କରନ୍ତୁ

ମକର -ଯାହା ପାଇବା କଥା ତାହା ଠିକ୍ ସମୟରେ ନପାଇବା ଫଳରେ ମନ ଭାରାକ୍ରାନ୍ତ ରହିପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ ନାହିଁ । ତନ ଗୃହ ର୍ନିମାଣ ପାଇଁ ମନ ବଳାଇପାରନ୍ତି ।

ପ୍ରତିକାର-ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

କୁମ୍ଭ -ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହୋଇପାରେ । ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହୋଇପାରେ ।

ପ୍ରତିକାର-ଅଶ୍ୱତ୍ଥ ବୃକ୍ଷ ମୂଳରେ ରାଶି ତେଲର ଦୀପ ଟିଏ ପ୍ରଦାନ କରନ୍ତୁ

ମୀନ -ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହୋଇପାରେ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇପାରେ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

ପ୍ରତିକାର-ହନୁମାନଙ୍କୁ ଦର୍ଶନ କରନ୍ତୁ ତାଙ୍କ ସିନ୍ଦୂର ମଥାରେ ଲଗାନ୍ତୁ