• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଜାନୁଆରୀ, ୭ ତାରିଖ ଶୁକ୍ରବାର, ଧନୁ, ୨୩ ଦିନ, ପୌଷ ମାସ, ଶୁଳ୍କ ପକ୍ଷ,ପଞ୍ଚମୀ ଭୁକ୍ତ ଷଷ୍ଠୀ ତିଥି, ପୂର୍ବ ଭାଦ୍ର ନକ୍ଷତ୍ର କୁମ୍ଭ ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ମେଷ - ଆଜିର ପାରିବାରିକ ଜୀବନ ସୁଖ ପ୍ରଦ ହୋଇପାରେ । ଅଟକି ରହିଥିବା କାମ ଗୁଡିକ କରିବାକୁ ଅଗ୍ରସର ହୋଇପାରନ୍ତି । ଛାତ୍ର ଛାତ୍ରୀମାନେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିପାରନ୍ତି ।

ବୃଷ- ଆଜି ଆକସ୍ମିକ ଭାବରେ ବକେୟା ଅର୍ଥ ହସ୍ତଗତ ହୋଇପାରେ । ସନ୍ତାନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ରହିପାରେ । ପରିବାର ପାଇଁ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହୋଇପାରନ୍ତି ।

  • ପ୍ରତିକାର-ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

 

ମିଥୁନ- ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିପାରନ୍ତି । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ ମାଲି ମକଦ୍ଦମାରେ ବିଜୟୀ ହୋଇପାରନ୍ତି । ମନ ପ୍ରଫୁଲ୍ଲିତ ରହିବ, ସୁସ୍ୱାଦୁ ଭୋଜନ ମିଳିପାରେ ।

  • ପ୍ରତିକାର-ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ଥର ଜପ କରନ୍ତୁ

 

କର୍କଟ- ଆଜି ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ବହୁ ଦିନର ଆଶା ଓ ଅଭିଳାଷ ପୂରଣ ହୋଇପାରେ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରନ୍ତି ।

  • ପ୍ରତିକାର- କିଛି ଖାଦ୍ୟ କୁକୁରକୁ ଖାଇବାକୁ ଦିଅନ୍ତୁ

 

ସିଂହ- ଆଜି ଦିନଟି ଆପଣଙ୍କ ଲାଗି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି ।

  • ପ୍ରତିକାର-ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ

 

କନ୍ୟା -ଆଜି କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିପାରେ । ପରିବାରରେ ଭୁଲ୍ ବୁଝାମଣା ଅଶାନ୍ତି ଦେଖାଦେଇପାରେ । ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋପାରେ ।

  • ପ୍ରତିକାର-ଶିବଙ୍କ ପାଖରେ ପାଞ୍ଚୋଟି ତ୍ରୀଶାଖା ବେଲପତ୍ର ମହାମୃତ୍ଯୁଞ୍ଜୟ ମନ୍ତ୍ରରେ ପ୍ରଦାନ କରନ୍ତୁ

 

ତୁଳା -ଆଜି ହସଖୁସିରେ ଦିନଟିକୁ କାଟିପାରନ୍ତି । ଅପରାହ୍ନରେ ଆପଣଙ୍କ ନାମରେ ମିଥ୍ୟା ଗୁଜବ ଦେଖାଦେଇପାରେ ସତର୍କ ରୁହନ୍ତୁ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି ।

  • ପ୍ରତିକାର-କୈଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

 

ବିଛା - ଆଜି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହୋଇପାରନ୍ତି । ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ, ଶତୃମାନେ ପରାଜିତ ହୋଇପାରିବେ । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରଶଂସା ପାଇପାରିବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ ବିଜୟୀ ହୋଇପାରନ୍ତି ।

  • ପ୍ରତିକାର-ଗାଈକୁ କିଛି ଦୁବଘାସ ଖାଇବାକୁ ଦିଅନ୍ତୁ

 

ଧନୁ- ଆଜି ଶାରୀରିକ ମାନସିକ ପାରିବାରିକ ଅଭିବୃଦ୍ଧି ଘଟିପାରେ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିପାରନ୍ତି ।

  • ପ୍ରତିକାର-ଓମ ନମଃ ଭଗବତେ ଶ୍ରୀ ସୂର୍ଯ୍ୟ ନାରାୟଣାୟ ଏହି ମନ୍ତ୍ରକୁ ଦଶଥର ଜପ କରନ୍ତୁ

 

ମକର- ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ । ଯାହା ପାଇବା କଥା ତାହା ଠିକ୍ ସମୟରେ ନପାଇବା ଫଳରେ ମନ ଭାରାକ୍ରାନ୍ତ ରହିପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ ନାହିଁ ।

  • ପ୍ରତିକାର-ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

 

କୁମ୍ଭ - ଆଜି ଦିନଟି ଭଲରେ ଅତିବାହିତ ହୋଇପାରେ । ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହୋଇପାରେ, ସତର୍କ ରୁହନ୍ତୁ ।

  • ପ୍ରତିକାର-ଅଶ୍ୱତ୍ଥ ବୃକ୍ଷ ମୂଳରେ ରାଶି ତେଲର ଦୀପ ଟିଏ ପ୍ରଦାନ କରନ୍ତୁ

 

ମୀନ -ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବାର ସମ୍ଭାବନା ରହିଛି । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିପାରିବ ।

  • ପ୍ରତିକାର-ହନୁମାନଙ୍କୁ ଦର୍ଶନ କରନ୍ତୁ ତାଙ୍କ ସିନ୍ଦୂର ମଥାରେ ଲଗାନ୍ତୁ