• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା ମେ ମାସ ୮ ତାରିଖ ରବିବାର ମେଷ ୨୫ ଦିନ ବୈଶାଖ ମାସ ଶୁକ୍ଳପକ୍ଷ, ସପ୍ତମୀ ତିଥି ପୂଷ୍ୟା ନକ୍ଷତ୍ର, କର୍କଟ ଚନ୍ଦ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

ମେଷ:-

  • ପ୍ରତିବନ୍ଧକ କାରଣରୁ ର୍ନିମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି ।
  • ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି।
  • ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ ।

ପ୍ରତିକାର- ଅଶୁଭତ୍ୱକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

 

ବୃଷ:-

  • ପରିବାରରେ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି ।
  • ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହୋଇପାରିବେ ।
  • ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
  • ନ୍ୟାୟ ଆପଣଙ୍କ ସପକ୍ଷରେ ଆସିପାରେ ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ନବ ଗ୍ରହ ସ୍ତୋତ୍ର ପାଠ କରନ୍ତୁ

 

ମିଥୁନ:-

  • ଆଜି ଶାରୀରିକ ପୀଡ଼ା ଅନୁଭବ ହୋଇପାରେ ।
  • ନୂତନ ଗୃହ ର୍ନିମାଣ ପାଇଁ ମନ ବଳାଇବେ ଓ ସେଥିରେ ସଫଳ ହୋଇପାରନ୍ତି ।
  • ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାକୁ ନେଇ ମନାନ୍ତର ମତାନ୍ତର ଦେଖାଦେଇପାରେ ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

 

କର୍କଟ:-

  • ଆଜି ପରିବାରରେ ପିତା ମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ ।
  • ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ । କର୍ମ କ୍ଷେତ୍ରରେ ପୂର୍ବର ସମସ୍ୟା ଦୂର ହୋଇପାରେ ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ମହା ମୃତ୍ୟୁଞ୍ଜୟ ମନ୍ତ୍ରକୁ ଦଶଥର ଜପ କରନ୍ତୁ

 

ସିଂହ:-

  • ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି, ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିପାରନ୍ତି ।
  • କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି ।
  • ବନ୍ଧୁଙ୍କ ସହ ସାକ୍ଷାତ ହେବ କୈାଣସି ଶୁଭ ଖବର ଶୁଣିପାରନ୍ତି ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ

 

କନ୍ୟା:-

  • ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିପାରିବେ ।
  • ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହୋଇପାରିବେ ।
  • ସ୍ୱାସ୍ଥ୍ୟରେ ଉନ୍ନତି ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିପାରନ୍ତି ।
  • ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ ।

ପ୍ରତିକାର- ଅଶୁଭତ୍ୱକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ରାମ ରକ୍ଷା ସ୍ତୋତ୍ର ପାଠ କରନ୍ତୁ

 

ତୁଳା:-

  • ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହୋଇପାରନ୍ତି ।
  • ହାତକୁ ନେଇଥିବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ ।
  • ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ ।

ପ୍ରତିକାର- ଶୁଭ ଫଳ ପାଇବା ପାଇଁ ଶ୍ରୀ ସୁକ୍ତ ପାଠ କରନ୍ତୁ

 

ବିଛା:-

  • ଆଜି କୈାଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ ।
  • ସାହାଯ୍ୟ ସହଯୋଗର ପାଇ ମନ ପ୍ରଫୁଲ୍ଲିତ ରହିପାରେ ।
  • ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇପାରନ୍ତି ।
  • ବ୍ୟବସାୟ ପରିବହନ ପାଇଁ ଦିନଟି ଅନୁକୂଳ ରହିପାରେ ।

ପ୍ରତିକାର- ଶୁଭ ଫଳ ପାଇବା ପାଇଁ ହନୁମାନ ଚାଳିଶା ପାଠ କରନ୍ତୁ

ଧନୁ:-

  • ଆଜି ଯଗିରଖି ଚଳନ୍ତୁ ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି ।
  • ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ ।
  • ସମସ୍ୟା ସମାଧାନ ପାଇଁ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ ।

ପ୍ରତିକାର- ଶୁଭ ଫଳ ପାଇବା ପାଇଁ କୁଞ୍ଜିକା ସ୍ତୋତ୍ର ପାଠ କରନ୍ତୁ

 

ମକର:-

  • ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାରରେ ତାହାକୁ ଭୁଲ୍ ବିଚାର କରିପାରନ୍ତି ।
  • ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ ।
  • ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିପାରେ ।

ପ୍ରତିକାର- ଶୁଭ ଫଳ ପାଇବା ପାଇଁ ଦୁର୍ଗା ସପ୍ତ ଶ୍ଳୋକି ପାଠ କରନ୍ତୁ

 

କୁମ୍ଭ:-

  • ଆଜି କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି ।
  • ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମ କ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି ।
  • ବହୁ ଦିନର ଆଶା ଅଭିଳାଷ ପୁରଣ ହୋଇପାରିବ ।

ପ୍ରତିକାର- ଶୁଭ ଫଳ ପାଇବା ପାଇଁ ହନୁମାନ ଚାଳିଶା ପାଠ କରନ୍ତୁ

 

ମୀନ:-

  • ଆଜି ଆଶା ଆଶଙ୍କା ଦେଇ ଗତି କରିପାରନ୍ତି ।
  • ପ୍ରତ୍ୟେକ କ୍ଷେତ୍ରରେ ବାଧା ବିଘ୍ନ ଦେଖାଦେଇପାରେ ।
  • ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ ।
  • ନିଜ ଜୀବନ ସାଥୀର ଭରସା ଉତ୍ସାହ ପ୍ରେରଣା ଆପଣଙ୍କୁ ଅନେକାଂଶରେ ସଫଳତା ଆଣିପାରେ ।

ପ୍ରତିକାର- ଶୁଭ ଫଳ ପାଇବା ପାଇଁ ଶିବ ପଞ୍ଚାକ୍ଷର ମନ୍ତ୍ର ପାଠ କରନ୍ତୁ