• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଅପ୍ରେଲ, ୯ ତାରିଖ, ଶନିବାର, ମୀନ, ୨୬ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ଅଷ୍ଟମୀ ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ମେଷ:-ଆଜି ଦିନଟି ଆପଣଙ୍କ ଲାଗି ଉତ୍ତମ ରହିପାରେ । ଆପଣଙ୍କ ଯୋଜନାକୁ କାଯର୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିପାରନ୍ତି ସଫଳ ଧନଲାଭର ଯୋଗ ରହିଛି । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

ବୃଷ:- ଆଜି ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଦେଖାଦେଇପାରେ । ମହିଳାମାନେ ଘରେ ବାହାରେ ସବୁଠି ପ୍ରଶଂସନୀୟା ହୋଇପାରେ । ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହୋଇପାରେ । ପାରିବାରିକ ଜୀବନ ଶାନ୍ତିମୟ ହୋଇପାରେ ।

  • ପ୍ରତିକାର-ମା କାଳୀଙ୍କ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ

ମିଥୁନ:- ଆଜି କର୍ମ କ୍ଷେତ୍ରରେ ପଦୋନ୍ନତି ପାଇପାରନ୍ତି । ଆର୍ଥିକ ଉନ୍ନତି ଘଟିବ ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିପାରେ । ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହୋଇପାରେ । ଯାନ ବାହାନ ଚଳାଚଳରେ ସାବଧାନତା ଅବଲମ୍ବନ କରନ୍ତୁ ।

  • ପ୍ରତିକାର-ଅଶ୍ୱତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀର କଳାରାଶି ମିଶାଇ ଢାଳନ୍ତୁ

କର୍କଟ:- ଆଜି ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲରେ କଟିପାରେ । ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିପାରେ । ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସଂକେତ ମିଳିପାରେ । ହୋଟେଲ ବ୍ୟବସାୟୀଙ୍କ ପାଇଁ ଦିନଟି ଲାଭପ୍ରଦ ହୋଇପାରେ ।

  • ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ

ସିଂହ: - ଆଜି ଦୈବୀ କୃପା ଲାଭ କରିବା ସହିତ ସମସ୍ତ କାଯର୍ୟରେ ସଫଳତା ହାସଲ କରିପାରନ୍ତି । ବ୍ୟବସାୟ ବାଣିଜ୍ୟରେ ଲାଭବାନ ହୋଇପାରନ୍ତି । ସ୍ୱାଦିଷ୍ଟ ଭୋଜନ ମିଳିପାରେ । ସ୍ୱାସ୍ଥ୍ୟ ପ୍ରତି ଟିକେ ଧ୍ୟାନ ଦିଅନ୍ତୁ ।

  • ପ୍ରତିକାର- ଗୁଡ଼ ପାଣିରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ

କନ୍ୟା:-ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିପାରନ୍ତି । କୌଣସି ଅନୁଷ୍ଠାନ ତରଫରୁ ଆପଣଙ୍କୁ କୌଣସି ବଡ଼ ଦାୟିତ୍ୱ ମିଳିପାରେ । ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ । ବିଦ୍ୟାର୍ଥୀମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ଓହଇପାରିବେ ।

  • ପ୍ରତିକାର-ସାତଟି ପାନ ପତ୍ର ଗଣେଶଙ୍କୁ ଚଢାନ୍ତୁ

ତୁଳା:- ଆଜି ସାମାଜିକ କାର୍ଯ୍ୟରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିପାରେ । ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇପାରନ୍ତି । ବ୍ୟବସାୟୀମାନେ ଲାଭବାନ ହୋଇପାରନ୍ତି । ଯାନ ବାହାନ ପ୍ରାପ୍ତିର ଯୋଗ ରହିଛି ।

  • ପ୍ରତିକାର-ଦରିଦ୍ର , ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ପ୍ରଦାନ କରନ୍ତୁ

ବିଛା:-ଆଜି ମନରେ ଧାର୍ମିକ ଚିନ୍ତାଧାରା ସୃଷ୍ଟି ହୋଇପାରେ । କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିପାରନ୍ତି । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିପାରେ । ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିପାରେ ।

  • ପ୍ରତିକାର-ଗାୟତ୍ରୀ ମନ୍ତ୍ରକୁ ୨୭ଥର ଜପ କରନ୍ତୁ

ଧନୁ:-ଆଜି ଦିନଟି ଆର୍ଥିକ ଲାଭ ପାଇଁ ଭଲ ରହିପାରେ । କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ । ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯାଇପାରନ୍ତି । ଦିନ ସାରା ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିପାରେ ।

  • ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ

ମକର:-ଆଜି ପରିବାରରୁ ସ୍ନେହ ଶ୍ରଦ୍ଧା ସହାନୁଭୂତି ପାଇପାରନ୍ତି । ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିପାରେ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିପାରେ ।

  • ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ

କୁମ୍ଭ:-ଆଜି ପିତାମାତାଙ୍କ ଆଶୀର୍ବାଦରୁ ଆପଣଙ୍କୁ ସଫଳତା ମିଳିପାରେ । ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିପାରନ୍ତି । ବକେୟା ପ୍ରାପ୍ୟ ପାଇଁ ବିବାଦ ହୋଇପାରେ । ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ମିଳିବ ।

  • ପ୍ରତିକାର- କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ

ମୀନ:-ଆଜି ଆଧାତ୍ମିକ ଭାବନାରେ ସମୟ କଟିପାରେ । ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିପାରେ । କଳା ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିପାରେ ।

  • ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ