/odishatv-khabar/media/post_attachments/uploadimage/library/16_9/16_9_0/IMAGE_1644496456.jpg)
eating too much almonds
ଆମେ ଛୋଟ ବେଳୁ ଶୁଣି ଆସିଛୁ ଯେ ବାଦମ ଖାଇବା ଦ୍ବାରା ବହୁତ କିଛି ଉପକାରିତା ହୋଇଥାଏ । କେବଳ ଶୁଣି ନାହୁ ବହି ମଧ୍ୟ ପଢିଛୁ । ଏହାକୁ ଖାଇବ ଦ୍ୱାରା ସ୍ମୃତି ଶକ୍ତି ବଢିଥାଏ । କେଶ ସହ ସୌନ୍ଦର୍ଯ୍ୟର ଚମକ ବଡି ଥାଏ । ହେଲେ ଦରକାର ଠାରୁ ଅଧିକ ଖାଇଲେ ଏହା ଶରୀର ଉପରେ ଖରାପ ପ୍ରଭାବ ପକାଇଥାଏ ।
କୋଷ୍ଠକାଠିନ୍ୟ:
ବାଦାମରେ ଫାଇବର ଭରପୂର ରହିଥାଏ । ଯାହା ଫଳରେ ଅତ୍ୟଧିକ ଫାଇବର ଥିବାରୁ କୋଷ୍ଠକାଠିନ୍ୟର କାରଣ ହୋଇଥାଏ । ଏହା ହଜମ ସମ୍ବନ୍ଧୀୟ ଅନେକ ସମସ୍ୟା ସୃଷ୍ଟି କରିଥାଏ ।
ମୋଟାପଣ:
ବାଦାମ ଅଧିକ ଖାଇବା ଦ୍ବାରା ମଧ୍ୟ ମୋଟାପଣର କାରଣ ହୋଇଥାଏ । ଯଦି ଅଧିକ ଓଜନ ବଢିବାର ଅସୁବିଧାରେ ପଡିଛନ୍ତି, ତେବେ ଦିନକୁ ୧୦ ଅଧିକ ବାଦାମ ଖାଇବା ଉଚିତ୍ ନୁହେଁ ।
କିଡନୀରେ ଷ୍ଟୋନ୍:
ବାଦାମରେ ଅକ୍ସାଲେଟ୍ ଥାଏ ଯାହା ଫଳରେ କିଡନୀରେ ଷ୍ଟୋନ ସୃଷ୍ଟି ହୋଇଥାଏ ।
ଭିଟାମିନ୍ -ଇ ଓଭରଡୋଜ:
ବାଦାମର ଭିଟାମିନ୍ -ଇ ର ଏକ ଉତ୍ତମ ଉତ୍ସ ରହିଛି କିନ୍ତୁ ଏହା ଅଧିକ ଖାଇବା ଦ୍ୱାରା ଭିଟାମିନ୍-ଇ ର ମାତ୍ରା ଅଧିକ ହୋଇପାରେ । ଯାହା ହରମନର ବାଲାନ୍ସ କରିବାରେ ଅସୁବିଧା ହୋଇଥାଏ
ନିଶ୍ୱାସ ନେବାରେ ଅସୁବିଧା:
ବାଦାମ ଶରୀରରେ HCN ସ୍ତରକୁ ବୃଦ୍ଧି କରିଥାଏ । ଯାହା ଫଳରେ ଏହା ନିଶ୍ବାସ ନେବାରେ ଶ୍ୱାସକ୍ରିୟାରେ ଅସୁବିଧା ହୋଇଥାଏ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)