Advertisment

Happiness And Prosperity: ରବିବାର ଦିନ ଜୀବନରେ ଆସିବ ସୁଖ-ସମୃଦ୍ଧି, କରନ୍ତୁ ଏହି ସବୁ କାମ

ରବିବାର ଦିନ ସୂର୍ଯ୍ୟଦେବଙ୍କୁ ସମର୍ପିତ। ଶାସ୍ତ୍ର ଅନୁସାରେ ରବିବାର ଦିନ ସୂର୍ଯ୍ୟଙ୍କ ଉପାସନା କଲେ ବିଶେଷ ଫଳ ମିଳିଥାଏ ବୋଲି କୁହାଯାଏ । ସେଥିପାଇଁ ବିଶେଷ ଉପାୟରେ ସୂର୍ଯ୍ୟଦେବଙ୍କ ପୂଜା କରାଯାଇଥାଏ ।

author-image
Manas Ranjan Mohanty
ଅଦ୍ୟତନ ହୋଇଛି
Sunday, do all these things

Sunday, do all these things

 ବାସ୍ତୁଶାସ୍ତ୍ର ଅନୁଯାୟୀ ରବିବାର ଦିନ କିଛି ବିଶେଷ ଉପାୟ କଲେ ସବୁ ସମସ୍ୟା ଦୂର ହେବାସହ ଜୀବନରେ ସୁଖ-ସମୃଦ୍ଧି ଆସିଥାଏ । ରବିବାର ଦିନ କେଉଁ କେଉଁ ଉପାୟ କଲେ ଜୀବନ ସୁଖମୟ ହେବ ଜାଣନ୍ତୁ ...

Advertisment

-ଆପଣଙ୍କୁ କୌଣସି ଜରୁରୀ କାମରେ ଯିବାରଅଛି ତାହେଲେ ଯିବା ପୂର୍ବରୁ ଗାଈକୁ ରୁଟି ନିଶ୍ଚୟ ଖୁଆନ୍ତୁ। ଏହାଦ୍ୱାରା ସଫଳତା ଅବଶ୍ୟ ମିଳିବ।

-ତମ୍ବା ପାତ୍ର କିମ୍ବା ଢାଳରେ ପାଣି ନେଇ ସେଥିରେ ଟିକେ ସିନ୍ଦୁର ମିଶାଇ ବରଗଛ ମୂଳରେ ଅର୍ପଣ କରନ୍ତୁ। ଏହାସହ ହଳଦୀରେ ବରଗଛରେ ସ୍ୱସ୍ତିକ କରନ୍ତୁ।

Advertisment

-ଘରର ସବୁ ସଦସ୍ୟଙ୍କ ମଥାରେ ଚନ୍ଦନ ତିଳକ ଲଗାଇବା ଉଚିତ।

-ରବିବାର ଦିନ ମାଛଙ୍କୁ ଅଟା ଗୁଳା ତିଆରି କରି ଖାଇବାକୁ ଦେବା ଉଚିତ। ଏହା ଶୁଭ ଫଳଦାୟୀ ବୋଲି କୁହାଯାଏ।

-ପିମ୍ପୁଡିଙ୍କୁ ଚିନି ଖାଇବାକୁ ଦେବା ଉଚିତ।

-ଶୁଦ୍ଧ କସ୍ତୁରୀକୁ ହଳଦିଆ ବସ୍ତ୍ରରେ ବାନ୍ଧି ଘରର ଟ୍ରେଜେରିରେ ରଖିଦିଅନ୍ତୁ। ଜୀବନରେ ସର୍ବଦା ସୁଖ-ସମୃଦ୍ଧି ରହିବ।

-ରବିବାର ଦିନ ଟଙ୍କାପଇସା ସମ୍ବନ୍ଧୀୟ କୌଣସି କାର୍ଯ୍ୟ କରିବା ଉଚିତ ନୁହେଁ। ଏହି ଦିନ ଧନ ସମ୍ବନ୍ଧୀୟ କାମ କଲେ ଦରିଦ୍ରତା ଆସିଥାଏ ବୋଲି କୁହାଯାଏ।

-ରବିବାର ଦିନ ଆଦିତ୍ୟ ହୃଦୟ ସ୍ତୋତ୍ର ଅବଶ୍ୟ ପାଠ କରିବା ଉଚିତ। ଏହାଦ୍ୱାରା ସୂର୍ଯ୍ୟଦେବଙ୍କ ବିଶେଷ କୃପା ପ୍ରାପ୍ତ ହୋଇଥାଏ।

-କୁଣ୍ଡଳୀରେ ସୂର୍ଯ୍ୟଦେବ ଦୁର୍ବଳ ଥିଲେ କିମ୍ବା ଅଶୁଭ ଘରେ ବିରାଜମାନ ଥିଲେ ସୂର୍ଯ୍ୟଦେବଙ୍କ ଆରାଧନା ଅତ୍ୟନ୍ତ ଜରୁରୀ ।

-ରବିବାର ଦିନ ବିଶେଷ ଉପାୟରେ ସୂର୍ଯ୍ୟଦେବଙ୍କୁ ଆରାଧନା କଲେ ଶୁଭ ଫଳଦାୟୀ ପ୍ରମାଣିତ ହୋଇଥାଏ ।

-ପରିବାର ସଦସ୍ୟଙ୍କ ମଧ୍ୟରେ ସ୍ନେହ, ପ୍ରେମ ବଜାୟ ରଖିବାକୁ ଏବଂ ଓ ମାନ ସମ୍ମାନ ପ୍ରାପ୍ତି ପାଇଁ ସୂର୍ଯ୍ୟଦେବଙ୍କ ଉପାସନା କରିବା ଉଚିତ।

Vastu Tips
Advertisment
Related Articles
Advertisment