ଭଗବାନ ଶ୍ରୀକୃଷ୍ଣଙ୍କର ମୟୂର ପୁଚ୍ଛ ଅତି ପ୍ରିୟ । ସେଥିଲାଗି ତାଙ୍କ ଶୃଙ୍ଗାରରେ ମୟୂର ପୁଚ୍ଛକୁ ବିଶେଷ ସ୍ଥାନ ଦିଆଯାଇଛି । ଏହା ବିନା ତାଙ୍କର ସ୍ୱରୂପ ଅସମ୍ପୂର୍ଣ୍ଣ ବୋଲି ଜଣାଯାଏ । ଜ୍ୟୋତିଷ ଏବଂ ବାସ୍ତୁ ଶାସ୍ତ୍ରରେ ମଧ୍ୟ ମୟୂର ପୁଚ୍ଛକୁ ଶୁଭର ପ୍ରତୀକ ବୋଲି କୁହାଯାଇଛି । ଶାସ୍ତ୍ର ଅନୁସାରେ ଘରେ ମୟୁର ପୁଚ୍ଛ ରଖିଲେ ଘର ମଧ୍ୟରେ ସାକରାତ୍କମକ ପରିବେଶ ସୃଷ୍ଟି ହୋଇଥାଏ । ତେବେ ଆସନ୍ତୁ ଜାଣିବା ମୟୂର ପୁଚ୍ଛ ସହିତ ଜଡିତ କିଛି ବାସ୍ତୁ ଟିପ୍ସ …
Also Read
ବାସ୍ତୁ ଅନୁସାରେ ମୟୂର ପୁଚ୍ଛର ମହତ୍ତ୍ୱ କଣ ରହିଛି:
- ଠାକୁର ଘରେ ମୟୂର ପୁଚ୍ଛ ଏବଂ ବଂଶୀକୁ ଏକା ସାଥିରେ ରଖିବା ଦ୍ୱାରା ଘର ମଧ୍ୟରେ ଭଲ ପାଇବା ବଢିବା ସହିତ ସକାରାତ୍ମକ ଶକ୍ତି ସଞ୍ଚାର ହୋଇଥାଏ ।
- ଘରର ମୁଖ୍ୟ ଦ୍ୱାରରେ ଗଣେଶଙ୍କ ସହିତ ମୟୂର ପୁଚ୍ଛ ରଖିବା ଦ୍ୱାରା ବାସ୍ତୁଦୋଷ ଦୂର ହୋଇଥାଏ । ସକାରାତ୍ମକ ଭାବନା ଜାଗ୍ରତ ହେବା ସହିତ ଘର ମଧ୍ୟକୁ ନାକାରାତ୍ମକ ଶକ୍ତି ପ୍ରବେଶ କରି ପାରିନଥାଏ ।
- ଅନେକ ପିଲାଙ୍କୁ ରାତିରେ ଶୋଇବା ସମୟରେ ଡର ଲାଗିଥାଏ । ତେଣୁ ବାସ୍ତୁ ଶାସ୍ତ୍ର ଅନୁଯାୟୀ ତକିଆ ତଳେ ମୟୂର ପୁଚ୍ଛ ରଖିବା ଦ୍ୱାରା ସମସ୍ତ ଖରାପ ନଜରରୁ ରକ୍ଷା ମିଳି ଥାଏ ବୋଲି ବିବେଚନା କରାଯାଏ ।
- ବାସ୍ତୁ ଅନୁସାରେ, ମୟୂର ପୁଚ୍ଛକୁ ଫ୍ରେମ୍ କରି କାନ୍ଥରେ ଲଗାଇବା ଦ୍ୱାରା ଆର୍ଥିକ ସମସ୍ୟା ଦୂର ହେବା ସହିତ ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇଥାଏ । ଘର ମଧ୍ୟକୁ ଲକ୍ଷ୍ମୀ ପ୍ରବେଶ କରିଥାନ୍ତି ।
- ବାସ୍ତୁ ଶାସ୍ତ୍ର ଅନୁଯାୟୀ ମୟୂର ପୁଚ୍ଛ ସହିତ ୨୧ ଥର ଗ୍ରହ ମନ୍ତ୍ର ପଢି, ତାହା ଉପରେ ଜଳ ସିଞ୍ଚନ କରି ଏକ ଏମିତି ସ୍ଥାନରେ ରଖିବେ ଯେମିତିକି ତାହା ଉପରେ ସମସ୍ତଙ୍କ ନଜର ରହୁଥିବ । ଏହା ଦ୍ୱାରା ରାହୁ ଦୋଷ ଦୂର ହେବା ସହିତ ଜୀବନରେ ସବୁ ମଙ୍ଗଳମୟ ହୋଇଥାଏ ବୋଲି ବିବେଚନା କରାଯାଏ ।