Advertisment

ଗୌରହରି ଦାସ ପାଇବେ ଶାରଳା ପୁରସ୍କାର

ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଡ. ଦାସଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ।

ଅଦ୍ୟତନ ହୋଇଛି
Sarala Puraskar

Dr Gourahari Das

Advertisment

ଘୋଷଣା ହେଲା ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ । ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ସୁଖ୍ୟାତ କଥାକାର ଡ. ଗୌରହରି ଦାସଙ୍କୁ ପ୍ରଦାନ କରାଯିବାକୁ ବିଚାରକମଣ୍ଡଳୀଙ୍କ ଦ୍ୱାରା ସ୍ଥିର ହୋଇଛି। ୨୦୧୮ ମସିହାରେ ଟାଇମ୍‍ପାସ୍‍ ପବ୍ଲିକେଶନ୍‍ ଦ୍ୱାରା ପ୍ରକାଶିତ ତାଙ୍କ ଗଳ୍ପ ପୁସ୍ତକ ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ ଏହି ସମ୍ମାନ ଲାଭ କରିବେ। 

Advertisment

ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଡ. ଦାସଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ।ଏଥିସହିତ କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନାର ଉତ୍କର୍ଷ ପାଇଁ ପ୍ରତିବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୨ ମସିହା ପାଇଁ ଘୋଷିତ ହୋଇଛି। ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଚିତ୍ରକର ପ୍ରଫୁଲ୍ଲ ମହାନ୍ତି ଏବଂ ପ୍ରସିଦ୍ଧ ଓଡ଼ିଶୀ ସଙ୍ଗୀତସାଧକ ଗୁରୁ ଶ୍ରୀ ଘନଶ୍ୟାମ ପଣ୍ଡାଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ।

Advertisment

ପୁରସ୍କାର ବାବଦରେ ଉଭୟଙ୍କୁ ଦେଢ଼ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନର ପରମ୍ପରା ରହିଛି । ଏଠାରେ ସୂଚନାଯୋଗ୍ୟ ଯେ ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କର ସହଧର୍ମିଣୀ କଳାବିଦୁଷୀ ଇଲା ପଣ୍ଡାଙ୍କର
କଳାତ୍ମକ ଚେତନାର ଫଳଶ୍ରୁତି ହେଉଛି ଶାରଳା ପୁରସ୍କାର ଉତ୍ସବ । ୧୯୮୦ ମସିହାରୁ ପ୍ରଦାନ କରାଯାଇଆସୁଥିବା ଶାରଳା
ପୁରସ୍କାର ୪୩ ବର୍ଷ ଧରି ଏହାର ଅଭିଯାତ୍ରା ଜାରି ରଖିଛି ।

ପରବର୍ତ୍ତୀ ସମୟରେ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଏହି ଗୌରବମୟ ପରମ୍ପରାରେ ସାମିଲ ହୋଇଛି। ଇମ୍ପାକ୍ଟର ଅନ୍ୟଏକ ପ୍ରମୁଖ କାର୍ଯ୍ୟକ୍ରମ ମଧ୍ୟରେ ରହିଛି "ଏକଲବ୍ୟ ପୁରସ୍କାର', ଯାହାକି ପ୍ରତିବର୍ଷ ଓଡ଼ିଶାର ଯୁବ କ୍ରୀଡ଼ାବିତମାନଙ୍କୁ ସେମାନଙ୍କ ଉତ୍କର୍ଷ ପାଇଁ ପ୍ରଦାନ କରାଯାଇଆସୁଛି।

Advertisment
Sarala Puraskar Dr Gourahari Das
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ