Advertisment

Jagadish Mohanty : ଗାଳ୍ପିକ ପବିତ୍ର ପାଣିଗ୍ରାହୀଙ୍କୁ ‘ଜଗଦୀଶ କଥା ସମ୍ମାନ’

ଯୁବଲେଖକଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଦିଆଯାଉଥିବା ‘ଜଗଦୀଶ ଯୁବ ସମ୍ମାନ’ ଏଥର ଗାଳ୍ପିକା ସୁନନ୍ଦା ପ୍ରଧାନଙ୍କୁ ପ୍ରଦାନ କରାଯାଇଥିଲା।

BBSR

BBSR

Advertisment

‘ଜଗଦୀଶ ମହାନ୍ତି ଟ୍ରଷ୍ଟ’ ତରଫରୁ ଆୟୋଜିତ ‘ଜଗଦୀଶ ଜୟନ୍ତୀ’ ସ୍ଥାନୀୟ ବୁଦ୍ଧ ମନ୍ଦିରଠାରେ ପାଳିତ ହୋଇଯାଇଛି। ଓଡ଼ିଆ କଥାସାହିତ୍ୟର ଜଣେ ଅପ୍ରତିଦ୍ୱନ୍ଦ୍ୱୀ କଥାକାର ଭାବେ ପରିଚିତ ଜଗଦୀଶ ମହାନ୍ତିଙ୍କ ସ୍ମୃତିରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ଓ ସମାଲୋଚକ ଗୁରୁଚରଣ ବେହେରା ଓ ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ଅନୁବାଦକ ତଥା ସମୀକ୍ଷକ ହିମାଂଶୁ ଶେଖର ମହାପାତ୍ର ଯୋଗଦେଇ ଜଗଦୀଶ ମହାନ୍ତିଙ୍କ ସୃଜନକୃତି ଉପରେ ସବିଶେଷ ଆଲୋଚନା କରିଥିଲେ।

Advertisment

ଚଳିତ ବର୍ଷର ସମ୍ମାନଜନକ ‘ଜଗଦୀଶ କଥା ସମ୍ମାନ’ ବିଶିଷ୍ଟ ଗାଳ୍ପିକ ପବିତ୍ର ପାଣିଗ୍ରାହୀଙ୍କୁ ପ୍ରଦାନ କରାଯାଇଥିଲା। ପୁରସ୍କାର ବାବଦରେ ୧୦ ହଜାର ଟଙ୍କା ଓ ସମ୍ମାନ ଫଳକ ପ୍ରଦାନ କରାଯାଇଥିଲା। ସେହିପରି ଯୁବଲେଖକଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଦିଆଯାଉଥିବା ‘ଜଗଦୀଶ ଯୁବ ସମ୍ମାନ’ ଏଥର ଗାଳ୍ପିକା ସୁନନ୍ଦା ପ୍ରଧାନଙ୍କୁ ପ୍ରଦାନ କରାଯାଇଥିଲା। ତାଙ୍କୁ ମାନପତ୍ର ସହ ୫ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ଉଭୟ ପୁରସ୍କୃତ ଲେଖକ ସେମାନଙ୍କ ଲେଖକୀୟ ବକ୍ତବ୍ୟରେ ଜଗଦୀଶ ମହାନ୍ତିଙ୍କ ଗଳ୍ପର ପ୍ରଭାବ ଉପରେ ଆଲୋକପାତ କରିଥିଲେ।

ଉତ୍ସବରେ ସଭାପତିତ୍ୱ କରିଥିଲେ କଥାକାର ଡକ୍ଟର ସରୋଜିନୀ ସାହୁ। ‘ଟ୍ରଷ୍ଟ୍‍’ର ସଂପାଦକ ତଥା ଲେଖକ ସରୋଜ ବଳ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିବା ସହ ଉତ୍ସବ ସଂଚାଳନ କରିଥିଲେ। ଉତ୍ସବ ଆରମ୍ଭରେ ବିଶିଷ୍ଟ କଥିକା ପ୍ରାଚୀତାରା ଜଗଦୀଶ ମହାନ୍ତିଙ୍କ ଏକ ଗଳ୍ପର ନାଟକୀୟ ଉପସ୍ଥାପନା କରିଥିଲେ।

Advertisment

ଉତ୍ସବ ପରିଚାଳନାରେ ଅରୁଣ କୁମାର ଦାସ, ପ୍ରିୟାଂଶୁ ପ୍ରିୟଦେବ ପ୍ରମୁଖ ସହଯୋଗ କରିଥିବାବେଳେ ବହୁ ଜଗଦୀଶପ୍ରେମୀ ପାଠକପାଠିକା, ଲେଖକ, ସଂପାଦକ, ପ୍ରକାଶକ ଓ ସାହିତ୍ୟାନୁରାଗୀ ଏଥିରେ ଯୋଗ ଦେଇଥିଲେ।

Bhubaneswar
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ