Advertisment

ଆଜି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ହେବ ବନକଲାଗି ନୀତି। ଏଥିପାଇଁ ଅପରାହ୍ଣ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Puri Jagannath Temple

Puri Jagannath Temple

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ହେବ ବନକଲାଗି ନୀତି। ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। 

Advertisment

ଏହା ଏକ ଗୁପ୍ତ ସେବା ଓ ସ୍ୱତନ୍ତ୍ର ନୀତି ହୋଇଥିବାରୁ ୪ଘଣ୍ଟା ଧରି ନୀତି ଚାଲିବ। ଏଥିପାଇଁ ଅପରାହ୍ଣ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। 

ଅନ୍ୟପକ୍ଷେ, ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚିଛି। ନୟାଗଡ଼ ବନଖଣ୍ଡରୁ ୧୮ଟି ଧଉରା କାଠ ଆସିଛି। ରାମନବମୀ ଦିନ କଟକ ଖପୁରିଆ ଶ’ ମିଲ୍‌ରେ ରଥ କାଠ ଚିରଟ ଅନୁକୂଳ କରାଯିବ। ଏଥିସହ ପବିତ୍ର ଅକ୍ଷୟ ତୃତୀୟାରେ ଆଗାମୀ ରଥଯାତ୍ରା ଲାଗି ରଥ ର୍ନିମାଣ କାର୍ଯ୍ୟର ଶୁଭାରମ୍ଭ ହେବ। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ନୟାଗଡ଼ ଦଶପଲ୍ଲାରୁ ୬୩ଖଣ୍ଡ ରଥକାଠ ରଥଖଳାରେ ପହଞ୍ଚି ସାରିଛି। 

Advertisment
Puri Jagannath Temple Puri Srimandir
Advertisment
Advertisment