• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍ । ସୁନ୍ଦରଗଡ଼ରେ ଆଉ ୧୦ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଫଳରେ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ପଜିଟିଭ ସଂଖ୍ୟା ୧୯୩କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବଢ଼ି ଚାଲିଥିବା ସ୍କ୍ରବ ଟାଇଫସକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟ ସରକାର । ଏନେଇ ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସ୍ୱତନ୍ତ୍ର ଟିମ ପଠାଇଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ । ବରଗଡ଼ ଜିଲ୍ଲାରେ ୫ ସ୍କ୍ରବ ଟାଇଫସ ସନ୍ଦିଗ୍ଧ ମୃତ୍ୟୁର ତଦନ୍ତ କରିବାକୁ ଭୁବନେଶ୍ୱରରୁ ଜଣେ ଯୁଗ୍ମ ନିର୍ଦ୍ଦେଶକ ଓ ଜଣେ ଏପିଡୋମିଓଲଜିଷ୍ଟଙ୍କୁ ପଠାଯାଇଛି । ଏହା ସହ ସୁନ୍ଦରଗଡ଼ ଜିଲ୍ଲାକୁ ଅନ୍ୟ ଜଣେ ଯୁଗ୍ମ ନିର୍ଦ୍ଦେଶକଙ୍କୁ ପଠାଯାଇଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ।...

ଚିଗର ପୋକ କାମୁଡ଼ିଲେ ସ୍କ୍ରବ ଟାଇଫସ ରୋଗ ହୋଇଥାଏ। ପ୍ରଥମେ ରୋଗୀ ଶରୀରରେ ଘା ଭଳି ହୁଏ । ଘା ଚାରିପାଖ ନାଲି ପଡ଼ିଯାଏ। ଧୀରେ ଧୀରେ ମଝି ଅଂଶ କଳା ପଡ଼ିଯାଏ । ରୋଗୀଙ୍କୁ ଜ୍ୱର ହେବା ସହ ଘୋଳାବିନ୍ଧା ହୁଏ । ଏଭଳି ଲକ୍ଷଣ ଦେଖାଗଲେ, ତୁରନ୍ତ ସ୍କ୍ରବ ଟାଇଫସ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦିଆଯାଇଛି ।