• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଭୋଟଗଣତି ପାଇଁ ଧାମନଗର NACରେ ୧୪୪ ଧାରା ଲାଗୁ । ଆଜି ରାତି ୯ଟାରୁ ୭ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଛି । ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ଭଦ୍ରକ ଉପଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ଧାମନଗର କଲ୍ୟାଣ ମଣ୍ଡପ ଭୋଟ ଗଣତି କେନ୍ଦ୍ର ନିକଟରେ ୪ ଚକିଆ ଯାନ ଯିବା ଆସିବା ସମ୍ପୂର୍ଣ୍ ମନା । 

ହିଂସାକାଣ୍ଡ ଓ ଗଣ୍ଡଗୋଳ ଯୋଗୁ ମାର୍ଚ୍ଚ ୨୪ ତାରିଖରେ ଧାମନଗର ଏନ୍‌ଏସିର ୬ଟି ବୁଥ୍‌ରେ ମତଦାନ ବାଧାପ୍ରାପ୍ତ ହୋଇଥିଲା । ତେଣୁ ଅନ୍ୟ ସମସ୍ତ ୱାର୍ଡର ତଥା ଏନ୍‌ଏସି ଅଧ୍ୟକ୍ଷ ପଦ ପାଇଁ ଗ୍ରହଣ କରାଯାଇଥିବା ଭୋଟ୍‌ର ଗଣତିକୁ ବନ୍ଦ କରାଯାଇଥିଲା । ତା’ ସହିତ ଏହି ୬ଟି ୱାର୍ଡରେ ପୁନଃମତଦାନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଥିଲା । ଆଜି ଏଠାରେ ଶାନ୍ତିଶୃଙ୍ଖଳାର ସହିତ ମତଦାନ ଶେଷ ହୋଇଥିବା ନେଇ ଭଦ୍ରକ ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି । ୭୨% ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିଥିବା ସେ କହିଛନ୍ତି । ଆସନ୍ତାକାଲି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହେବ ।

ସୂଚନାଯୋଗ୍ୟ, ଧାମନଗର ଏନ୍‌ଏସିର ୨ ନମ୍ବର ୱାର୍ଡର ୩ ନଂ ବୁଥ୍, ୫ ନମ୍ବର ୱାର୍ଡର ୮ ଓ ୯, ୯ ନମ୍ବର ୱାର୍ଡର ୧୬, ୧୦ ନମ୍ବର ୱାର୍ଡର ୧୭ ଓ ୧୮ ନମ୍ବର ବୁଥ୍‌ରେ ଆଜି ପୁନଃମତଦାନ ହୋଇଛି ।