Road Accident
ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀର କହରାପୋଖରୀ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍କୁ ପଛରେ ବାଇକ୍ ପିଟି ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।
ମୃତକମାନଙ୍କ ପରିଚୟ ମିଳି ନଥିବା ବେଳେ ଗୁରୁତର ଆହତ ହୋଇଥିବା ଯୁବକଙ୍କ ନାଁ ଦେବେଶ ସାହୁ ବୋଲି ଜଣାପଡ଼ିଛି। ତାଙ୍କ ଘର ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଦକ୍ଷିଣବଡ଼ ଅଞ୍ଚଳରେ ବୋଲି ଜଣାପଡ଼ିଛି।
ସୂଚନା ଅନୁସାରେ, ରାଜପଥରେ ଟ୍ରକ୍ଟି ଛିଡ଼ା ହୋଇ ଥିବାବେଳେ ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ବାଇକ୍ ଟ୍ରକ୍ର ପଛରେ ପିଟି ହୋଇଯାଇଥିଲା। ଫଳରେ ବାଇକରେ ଯାତ୍ରା କରୁଥିବା ୩ ଜଣ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ସେମାନଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ।
Also Read
ଗୁରୁତର ଭାବେ ଆହତ ଦେବେଶଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1631330232.jpg)
