Bus Accident
ଓଭରବ୍ରିଜ୍ ତଳକୁ ଖସିପଡିଲା ଯାତ୍ରୀବାହୀ ବସ୍ । ଯାଜପୁର ବଡ଼ଚଣାରେ ଏହି ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ୧୩ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।
ସୂଚନା ଅନୁସାରେ, ଜୟଦୁର୍ଗା ନାମକ ଏକ ଘରୋଇ ବସ୍ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ ମୟୂରଭଂଜ କରଞ୍ଜିଆଅଭିମୁଖେ ଯାଉଥିଲା । କିଛି ସମୟ ପରେ ଯାଜପୁର ବଡ଼ଚଣା ଥାନା ନିକଟସ୍ଥ ୧୬ ନମ୍ବର ଜାତୀୟ ରାଜପଥର ଗଣ୍ଠି ଛକ ନିକଟରେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଥିଲା । ତେବେ ଡ୍ରାଇଭରର ଅସାବଧାନତା ଯୋଗୁଁ ଭାରସାମ୍ୟ ହରାଇ ଖସିପଡିଥିବାର କୁହାଯାଉଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1651977425.jpg)