Advertisment

ଓଡ଼ିଶାରେ ହ୍ୟାଣ୍ଡ ଫୁଟ ଆଣ୍ଡ ମାଉଥ ଡିଜିଜର ୨୬ ରୋଗୀ ଚିହ୍ନଟ

ସମସ୍ତ ରୋଗୀ ୯ ବର୍ଷରୁ କମ ବୟସର।

ଅଦ୍ୟତନ ହୋଇଛି
HFM disease

HFM disease

Advertisment

ରାଜ୍ୟରେ ହ୍ୟାଣ୍ଡ ଫୁଟ ଆଣ୍ଡ ମାଉଥ ଡିଜିଜର ୨୬ ରୋଗୀ ଚିହ୍ନଟ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର। ମେଡିକାଲକୁ ଆସିଥିବା ୩୬ ରୋଗୀଙ୍କ HFMD ମାମଲାର ନମୁନା RMRCକୁ ପଠାଯାଇଥିଲା। ସେଥିମଧ୍ୟରୁ ୨୬ ଜଣ ପଜିଟିଭ ବାହାରିଛନ୍ତି।  ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୧୯ ଜଣ, ଖୋର୍ଦ୍ଧା ଗ୍ରାମାଞ୍ଚଳରୁ ୨ ଜଣ, ପୁରୀରୁ ୩ ଜଣ ଓ କଟକରୁ ୨ ଜଣ ଅଛନ୍ତି।

Advertisment

ସସସ୍ତ ରୋଗୀ ୯ ବର୍ଷରୁ କମ ବୟସର। ସମସ୍ତେ ଭଲ ଅଛନ୍ତି। ସେମାନଙ୍କ ଉପରେ ସ୍ବାସ୍ଥ୍ୟ ବିଭାଗ ଟିମ ନଜର ରଖିଛି। ପଜିଟିଭ ନମୁନାଗୁଡିକୁ ଜିନମ ସିକ୍ୱେନ୍ସିଂ ଲାଗି NIV ପୁନେକୁ ପଠାଯାଇଛି। କିଛିଦିନ ପୂର୍ବରୁ ଏ ରୋଗକୁ ସର୍ଭେଲାନ୍ସ ମଧ୍ୟକୁ ଆଣିବାକୁ ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦେଶ ଦିଆଯାଇଥିଲା। ଅଭିଭାବକମାନଙ୍କୁ ପରାମର୍ଶ, ଜ୍ୱର ହେବା, ଭୋକ ନ ଲାଗିବା, ପାଟି ପାଖରେ ଘା ହେବା ଭଳି ଲକ୍ଷଣ ଦେଖାଦେଲେ, ତୁରନ୍ତ ଡାକ୍ତରଙ୍କ ପରାମର୍ଶ କରନ୍ତୁ।

ଅଧିକ ଜଟିଳତା ଦେଖାଦେଲେ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ଏହି ରୋଗ ପୂର୍ବରୁ ଥିଲା। ରୋଗୀକୁ ଆଇସଲେସନରେ ରଖିଲେ ଜଣଙ୍କ ମଧ୍ୟରେ ସୀମିତ ରହିବ। ୩ରୁ ୭ ଦିନରେ ଭଲ ହୋଇପାରୁଛି ଏ ରୋଗ। ଏହାକୁ ନେଇ ଡରିବାର ନାହିଁ। ଏହାର ଚିକିତ୍ସା ପାଇଁ କୌଣସି ସ୍ୱତନ୍ତ୍ର ଔଷଧ ବା ଟୀକା ନାହିଁ। ଲକ୍ଷଣ ଅନୁସାରେ ଏହାର ଚିକିତ୍ସା କରାଯାଇଥାଏ ବୋଲି କହିଛନ୍ତି।

Advertisment
HFMD Health Director
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ