• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଅଟୋକୁ ପିଟିଲା ଟ୍ରକ୍ । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝର କୋଡ଼ପଡ଼ା ନିକଟରେ ଯାତ୍ରୀବାହୀ ଅଟୋକୁ ଧକ୍କା ଦେଲା ଟ୍ରକ୍ । ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ୨ ଜଣ ଗୁରୁତର ଅଛନ୍ତି । ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି । ବର୍ତ୍ତମାନ ସମସ୍ତ ଆହତଙ୍କୁ ଆନନ୍ଦପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଟୋରେ ସାତକୋଶିଆରୁ ହାଟଡିହି ଫେରୁଥିଲା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।

ଆଜି ଅପରାହ୍ଣ ପ୍ରାୟ ସାଢ଼େ ୩ଟା ବେଳେ ଏହି ଦୁର୍ଘଟଣା ଘଟିଛି । ସାତକୋଶିଆରୁ ୪ ଜଣ ଯାତ୍ରୀଙ୍କୁ ନେଇ ଜାବିନିପୁର ଆସୁଥିବା ଅଟୋକୁ ଟ୍ରକଟି ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ଘଟିଥିଲା । ୩ ଜଣ ଯାକ ମୃତକ ଜାବିନିପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ସେହିପରି ଗୁରୁତର ଆହତ ମହିଳାଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି। ସେପଟେ ଅଟୋ ଡ୍ରାଇଭର ସୁସ୍ଥ ଅଛନ୍ତି ବୋଲି ଜଣାପଡ଼ିଛି ।