Advertisment

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ: ୩ ମାଓବାଦୀ ନିହତ

ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି। ମାଥିଲି ଥାନା ତୁଳସୀ ଫରେଷ୍ଟ ରେଞ୍ଜରେ ଏହି ଗୁଳି ବିନିମୟ ଘଟିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Maoists Gunned Down

Maoists Gunned Down

ଭୁବନେଶ୍ୱର: ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି। ମାଥିଲି ଥାନା ତୁଳସୀ ଫରେଷ୍ଟ ରେଞ୍ଜରେ ଏହି ଗୁଳି ବିନିମୟ ଘଟିଛି। ନିହତ ୩ ମାଓବାଦୀଙ୍କ ମଧ୍ୟରୁ ୨ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ଘଟଣାସ୍ଥଳରୁ ୨ଟି ବନ୍ଧୁକ ଜବତ ହୋଇଛି। 

Advertisment

ଗୁଳି ବିନିମୟ ପରେ ଯବାନଙ୍କ ପକ୍ଷରୁ କମ୍ବିଂ ଅପରେସନ ଜାରି ରହିଛି। ମାଲକାନଗିରିରେ ମାଓ ଏନକାଉଣ୍ଟର ନେଇ ପ୍ରେସ୍‌ମିଟ୍‌ରେ ଡିଜିପି ଅଭୟ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ତୁଳସୀ ଫରେଷ୍ଟ ରେଞ୍ଜରେ ପ୍ରାୟ ୩୦ରୁ ୪୦ ମାଓବାଦୀ ଥିବାବେଳେ ସେମାନଙ୍କ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ କ୍ୟାଡର ମାଓବାଦୀ ଥିଲେ।ମାଓବାଦୀମାନେ ୨ ଦିନରୁ ଊର୍ଦ୍ଧ୍ୱ ହେବ ସେଠାରେ ଶିବିର କରି ରହିବା ସହ ସ୍ଥାନୀୟ ଲୋକଙ୍କୁ ସଂଗଠନରେ ସାମିଲ କରୁଥିଲେ ବୋଲି ସୂଚନା ମିଳିଥିଲା। 

Advertisment

ଆଜି ପୋଲିସ୍‌ ପକ୍ଷରୁ ସର୍ଚ୍ଚ ଅପରେସନ ବେଳେ ମାଓବାଦୀଙ୍କ ସହିତ ସେମାନଙ୍କର ମୁହାଁମୁହିଁ ହୋଇଥିଲା। ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। 

Malkangiri Maoists Killed In Odisha Encounter
Advertisment
Advertisment