ହାଇକୋର୍ଟରେ ନବନିଯୁକ୍ତ ୩ ବିଚାରପତିଙ୍କ ଶପଥଗ୍ରହଣ

ଓଡ଼ିଶା ହାଇକୋର୍ଟରେ ନବ ନିଯୁକ୍ତ ୩ ଜଣ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଏସ୍. ମୁରଲୀଧରନ୍ ତିନି ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି ।

ଓଡ଼ିଶା ହାଇକୋର୍ଟରେ ନବ ନିଯୁକ୍ତ ୩ ଜଣ ବିଚାରପତି ଶପଥ ଗ୍ରହଣ କରିଛନ୍ତି

ଓଡ଼ିଶା ହାଇକୋର୍ଟରେ ନବ ନିଯୁକ୍ତ ୩ ଜଣ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଏସ୍. ମୁରଲୀଧରନ୍ ତିନି ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି । ଶପଥ ନେଇଥିବା ବିଚାରପତିମାନେ ହେଲେ ଜଷ୍ଟିସ ଭି. ନରସିଂହ, ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀ ଓ ଜଷ୍ଟିସ ମୁରାହରି ଶ୍ରୀରମଣ । ନୂଆ ବିଚାରପତିଙ୍କ ଶପଥଗ୍ରହଣ ପରେ ଓଡ଼ିସା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି । କୋଭିଡ୍ କଟକଣା ଭିତରେ ଅଳ୍ପ ଅତିଥିଙ୍କୁ ନେଇ ଶପଥଗ୍ରହଣ ସମାରୋହ ସଂପନ୍ନ ହୋଇଛି ।

ଗତ ସପ୍ତାହରେ ୩ ବିଚାରପତିଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ବିଚାରପତି ଭାବେ ନିଯୁକ୍ତି ଦେବା ଲାଗି ବରିଷ୍ଠ ଆଇନଜୀବୀଙ୍କ ନାଁ ସୁପାରିଶ ହୋଇଥିଲା । ଜାନୁଆରି ୨୯ରେ ସୁପ୍ରିମକୋର୍ଟ କଲେଜିୟମ ୪ ଜଣଙ୍କ ନାଁକୁ ମଞ୍ଜୁରୀ ଦେଇଥିଲେ । ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ବିଚାରପତି ଭାବେ ନିଯୁକ୍ତି ଦେବାକୁ ଗତ ସପ୍ତାହରେ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।

ଜଷ୍ଟିସ ଭି. ନରସିଂହ ଅବସରପ୍ରାପ୍ତ ଅତିରିକ୍ତ ସ୍କୁଲ ଇନ୍ସପେକ୍ଟର ଭି.ଧର୍ମାମ୍‌ବାଙ୍କ ପୁଅ । ୧୯୮୯ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ। ଜଣେ ଦକ୍ଷ ଆଇନଜୀବୀ ଭାବେ ସେ ସୁନାମ ଅର୍ଜନ କରିଛନ୍ତି ।

ସେହିପରି ସ୍ୱର୍ଗତ ସ୍ୱାଧୀନତା ସଂଗ୍ରାମୀ ଭଗବାନ ଶତପଥୀ ଓ ପ୍ରଭାବତୀ ଶତପଥୀଙ୍କ ପୁଅ ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀ । ୧୯୯୩ରେ ଆଇନଜୀବୀ ଭାବେ ହାଇକୋର୍ଟରେ ଯୋଗ ଦେଇଥିଲେ ।   ବହୁ ଗରିବ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳଙ୍କୁ ସେ ସାହାଯ୍ୟ କରିଛନ୍ତି । 

ଷ୍ଟିସ ମୁରାହରି ଶ୍ରୀରମଣ ହେଲେ ଏମଆରଭି ରାଓ ଓ ଅନସୂୟା ଦେବୀଙ୍କ ପୁଅ ।  ଆଇନଜୀବୀ ଭାବେ ୧୯୯୭ରେ ସେ ଯୋଗ ଦେଇଥିଲେ ।