Advertisment

ବିଳମ୍ବିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା: ୨ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି।

author-image
Rajalaxmi Sahoo
undefined

3 Persons Killed In Road Accident

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ଡିଆନାଳୀ ଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଆମ୍ବୁଆପଡ଼ା ଗାଁର ତ୍ରିଲୋଚନ ମହାନ୍ତ, ସୋରାସକେଲା ଗାଁର ରମାକାନ୍ତ ନାଏକ ଓ ରୁଢ଼ିଆପଡା ଗାଁର ସୁନିଲ ଦାସ। ପଡ଼ିଆପଶି ଗାଁର କମଳାକାନ୍ତ ମହାନ୍ତ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।

Advertisment

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ସୁନୀଲ ଓ ରମାକାନ୍ତ ଏକ ବାଇକ୍‌ରେ ପାଟଣା ଯାଉଥିଲେ। ସେହି ସମୟରେ ବିପରୀତ ଦିଗରୁ ତ୍ରିଲୋଚନ ଓ କମଳାକାନ୍ତ ଅନ୍ୟ ଏକ ବାଇକ୍‌ରେ ଆସୁଥିଲେ। ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। 

ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ କଟକ ସ୍ଥାନାନ୍ତର ବେଳେ ଆଖି ବୁଜି ଦେଇଥିଲେ। କମଳାକାନ୍ତଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

Advertisment
Road Accident
Advertisment
Advertisment