/odishatv-khabar/media/post_attachments/uploadimage/library/16_9/16_9_0/accident__1664705239.jpg)
accident
ତୀର୍ଥଯାତ୍ରୀ ବସ୍ ଓଲଟି ୪ ମୃତ । ଝାଡ଼ଖଣ୍ଡ ହଜାରିବାଗରେ ଓଡ଼ିଶାର ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣା (Accident)ରେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ୍ ଅଞ୍ଚଳରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍କୁ ଟ୍ରେଲର ଧକ୍କା ଦେଇଥିଲା । ଏଥିରେ ଆହୁରି ୨୫ରୁ ଅଧିକ ଆହତ ହୋଇଛନ୍ତି ।
ମୃତକଙ୍କ ମଧ୍ୟରେ ୩ ମହିଳା ଓ ଜଣେ ପୁରୁଷ ଅଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ପରିଚୟ ମିଳିଛି। ସେମାନେ ହେଉଛନ୍ତି କଣିହାଁ ଥାନା ଅନ୍ତର୍ଗତ କଂସମୁଣ୍ଡା ଗାଁର ମନୁ ବେହେରା ଓ ମସୁଣିହତା ଗାଁର ମେନକା ପ୍ରଧାନ। ଦୁର୍ଘଟଣାରେ ଆହୁରୀ ୨୫ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ନିକଟ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି ।
ଗତକାଲି ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ ଝାରଖଣ୍ଡର ହଜାରିବାଗ ଠାରେ ଏହି ଦୁର୍ଘଟଣା ଘଟିଛି । ଟ୍ରେଲର ଧକ୍କାରେ ବସ୍ଟି ଓଲଟି ପଡ଼ିଥିଲା । ଟ୍ରେଲରଟି ମଧ୍ୟ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ହିଁ ୪ ଜଣଙ୍କ ମୃତ୍ୟୁ ଘଟିଥିଲା । ବସରେ ମୋଟ ୫୫ ଜଣ ଯାତ୍ରୀ ଥିଲେ। ସେମାନେ ବିହାରର ଗୟା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।
ମୃତକଙ୍କ ପରିବାର ଲୋକେ ମୃତଦେହ ଆଣିବା ପାଇଁ ଝାରଖଣ୍ଡ ଯାଇଥିବା ବେଳେ ସ୍ଥାନୀୟ ଅଞ୍ଚଳର ଶୋକର ଛାୟା ଖେଳି ଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)