Advertisment

ବାହାଘର ହେଲା କାଳ, ଦୁର୍ଘଟଣାରେ ଗଲା ୫ ଜୀବନ

ମହାନଦୀ ସେତୁ ଉପରେ ଭୟଙ୍କର ଦୁର୍ଘଟଣା: ଚାଲିଗଲା ୫ ଜୀବନ

undefined

Road Accident

Advertisment

ସୁବର୍ଣ୍ଣପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ସୋନପୁର ମହାନଦୀ ସେତୁ ଉପରେ ବିଳମ୍ବିତ ରାତି ପ୍ରାୟ ଗୋଟାଏ ସମୟରେ ଘଟିଛି ଦୁର୍ଘଟଣା। ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ନିମ୍ନା ଗାଁରୁ ବିନିକାର କଉଡିଆମୁଣ୍ଡାକୁ ଯାଉଥିଲେ ବରଯାତ୍ରୀ। ତେବେ ଏକ ବୋଲୋରୋ ଗାଡିରେ ଯାଇଥିବା ବରଯାତ୍ରୀ ଦଳ ଫେରିବା ସମୟରେ ମହାନଦୀ ସେତୁ ଉପରେ ସାମ୍ନାପଟୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

Advertisment

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଘଟଣାସ୍ଥଳରେ ହିଁ ବୋଲେରୋ ଗାଡିରେ ବସିଥିବା ୫ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା। ଗାଡିରେ ଥିବା ଅନ୍ୟ ୫ ଦୁର୍ଘଟଣାଗ୍ରସ୍ତଙ୍କୁ ଗ୍ୟାସ୍ କଟର ସାହାଯ୍ୟରେ କାଟି ଉଦ୍ଧାର କରାଯାଇଥିଲା କିନ୍ତୁ ଅବସ୍ଥା ସଂକଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ମେଡିକାଲ ସ୍ତାନାନ୍ତର କରାଯାଇଛି। ତେବେ ଦୁର୍ଘଟଣା ପରେ ସ୍ଥାନୀୟ ଅଂଚଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରିଖିଛି।

Road Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ