/odishatv-khabar/media/post_attachments/uploadimage/library/16_9/16_9_0/IMAGE_1655095936.jpg)
5 killed as bus overturns at Bodugudam near Malkangiri-Andra Pradesh border
ମାଲକାନଗିରି ସୀମାନ୍ତ ବୋଡୁଗୁଡ଼ମ୍ ନିକଟରେ ଯାତ୍ରୀବାହୀ ବସ୍ ଓଲଟି ୫ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୩୦ରୁ ଆଧିକ ଯାତ୍ରୀ ଆହତ ହୋଇଛନ୍ତି ।
Advertisment
୪୦ ଜଣ ଯାତ୍ରୀଙ୍କୁ ନେଇ ବିଜୟୱାଡାରୁ ଭବାନୀପାଟଣାକୁ ଆସୁଥିବା ବେଳେ ମାତ୍ର ୨୦ କିଲୋମିଟର ଦୂରରେ ବସ୍ଟି ମୋଟରୁ ଓଲିଟି ପଡିଥିଲା । ବସ୍ଟି ଦ୍ରୁତଗତିରେ ଆସୁଥିବା ବେଳେ ଏକ ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡିଥିବା ଜଣାପଡ଼ିଛି । ଦୁର୍ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗୁରୁତର ଅବସ୍ଥାରେ ମେଡିକାଲକୁ ନିଆଯାଇଥିବା ବେଳେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ଏହାସହ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ଘର ଓଡ଼ିଶାର ବୋଲି ସୂଚନା ମିଳିଛି । ଏମାନଙ୍କ ଘର ନବରଙ୍ଗପୁର ଓ ଭବାନୀପାଟଣାର ବୋଲି ସୂଚନା ମିଳିଥିବା ବେଳେ ସେମାନଙ୍କ ପ୍ରକୃତ ପରିଚୟ ମିଳିପାରିନି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)