Advertisment

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୫ ଜୀବନ

ଦୁଇଟି ପୃଥକ୍ ପୃଥକ୍ ସ୍ଥାନରେ ସ଼ଡକ ଦୁର୍ଘଟଣାରେ ୫ଜଣଙ୍କ ଜୀବନ ଚାଲି ଯାଇଛି। କେଉଁଠି ଗଛରେ ତ କେଉଁଠି ବିଦ୍ୟୁତ୍‌ ଖୁଣ୍ଟରେ ବାଇକ୍‌ ପିଟି ହେବା ଯୋଗୁ ୫ ଜଣଙ୍କ ମୃତ୍ୟୁ ଘଟିଛି।

Accident

Accident

Advertisment

ଫୁଲବାଣୀ/ବରଗଡ଼: ଦୁଇଟି ପୃଥକ୍ ପୃଥକ୍ ସ୍ଥାନରେ ସ଼ଡକ ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ଘଟିଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କନ୍ଧମାଳ ଜିଲ୍ଲା ଓ ବରଗଡ଼ ଜିଲ୍ଲାରେ ଘଟିଛି। କନ୍ଧମାଳ ଜିଲ୍ଲାରେ ହୋଇଥିବା ଦୁର୍ଘଟଣାରେ ୩ ଜଣ ପ୍ରାଣ ହରାଇଥିବା ବେଳେ ବରଗଡ଼ ଜିଲ୍ଲା ଦୁର୍ଘଟଣାରେ ୨ ଜଣ ଆଖି ବୁଜିଛନ୍ତି।

Advertisment

ସୂଚନା ଅନୁଯାୟୀ, କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅଞ୍ଚଳରେ ଭାରସାମ୍ୟ ହରାଇ ଏକ ବାଇକ୍‌ ଗଛରେ ପିଟିହ ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ଅନ୍ୟଜଣେ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ୩ ଜଣ ଯୁବକ ଗୋଟିଏ ପଲସର ବାଇକ୍‌ରେ ଜି.ଉଦୟଗିରିରୁ ରାଇକିଆ ଅଭିମୁଖେ ଯାଉଥିଲେ। ଏହି ସମୟରେ ବାକିଙ୍ଗିଆ ନିକଟ ଗଡ଼ିସିଲା ଘାଟି ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼ ଏକ ଗଛରେ ବାଇକ୍‌ଟି ପିଟି ହୋଇଯାଇଥିଲା। 

ସେହିପରି ବରଗଡ଼ ଜିଲ୍ଲା ଭଟଲି ଥାନା ଅନ୍ତର୍ଗତ ସୁକୁଡ଼ାରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୨ ଜଣ ଯୁବକ ପ୍ରାଣ ହରାଇଛନ୍ତି। ଯୁବକ ଦ୍ୱୟ ଏକ ବାଇକ୍ ଯୋଗେ କେଦାରନାଥ ସ୍ଥିତ ଶିବ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ। ସେଠାରୁ ଫେରିବା ସମୟରେ ଭାରସାମ୍ୟ ହରାଇ ଏକ ବିଦ୍ୟୁତ୍‌  ଖୁଣ୍ଟରେ ବାଇକ୍‌ଟି ପିଟି ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା।

Advertisment
Road Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ