/odishatv-khabar/media/post_attachments/uploadimage/library/16_9/16_9_0/IMAGE_1698076926.jpg)
5T Secretary VK Pandian takes voluntary retirement
ସ୍ୱେଚ୍ଛାକୃତ ଭାବେ ଅବସର ନେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନ୍ । 5T ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍ଙ୍କୁ VRS ମିଳିଛି । ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଭି.କେ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି । ପାଣ୍ଡିଆନ୍ଙ୍କ VRSକୁ ମଂଜୁର କରିଛି କେନ୍ଦ୍ର କାର୍ମିକ ମନ୍ତ୍ରାଳୟ । ଏନେଇ GA ବିଭାଗ ACSଙ୍କୁ ଚିଠି ଲେଖିଛି କାର୍ମିକ ମନ୍ତ୍ରାଳୟ । କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୂପିନ୍ଦର ପାଲ ସିଂ ଆଜି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ।
GA ବିଭାଗ ACSଙ୍କୁ ଚିଠି ଲେଖିଛନ୍ତି କାର୍ମିକ ମନ୍ତ୍ରାଳୟର ଅନୁସଚିବ । VRS ନେଇ ରାଜ୍ୟ ସରକାର ପଠାଇଥିବା ଆବେଦନ ମଞ୍ଜୁର ହୋଇଥିବା ସୂଚନା ଦିଆଯାଇଛି । ଅକ୍ଟୋବର ୨୦ରେ ରାଜ୍ୟ ପଠାଇଥିବା ଆବେଦନ ପତ୍ରକୁ ମଞ୍ଜୁରି ମିଳିଛି । ସର୍ବଭାରତୀୟ ସେବା ଆଇନ 16(2A) ଅନୁସାରେ ମଂଜୁର ହୋଇଥିବା ଜଣାଯାଇଛି ।
-ଅକ୍ଟୋବର ୨୦ରେ ରାଜ୍ୟ ପଠାଇଥିବା ଆବେଦନ ପତ୍ରକୁ ମଂଜୁରି
-ସର୍ବଭାରତୀୟ ସେବା ଆଇନ 16(2A) ଅନୁସାରେ ମଂଜୁର ହୋଇଥିବା ଜଣାଇଲେ#Odisha#VKPandianpic.twitter.com/PjeAL1kf5O— ଓଟିଭି (@otvkhabar) October 23, 2023
ସୂଚନା ଅନୁସାରେ ଗତ ୨୦ ତାରିଖରେ ଭି.କେ ପାଣ୍ଡିଆନ୍ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ । ଯାହାକୁ ବର୍ତ୍ତମାନ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ମଞ୍ଜୁର କରିଛି । ଏବେ ଉଭୟ ବିଜୁ ଜନତା ଦଳ ଏବଂ ସରକାରୀ କଳରେ ପାଣ୍ଡିଆନ୍ଙ୍କ ଦବ୍ଦବା ରହିଛି । ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ ପାଣ୍ଡିଆନ୍ ଚାକିରି ଛାଡ଼ିବା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି ।
ଭି.କେ ପାଣ୍ଡିଆନ୍ଙ୍କ ଅବସର ଖବରକୁ ନେଇ ବର୍ତ୍ତମାନ ରାଜ୍ୟ ରାଜନୀତିରେ ଜୋରଦାର ଚର୍ଚ୍ଚା ଆରମ୍ଭ ହେଲାଣି । ବିଭିନ୍ନ ଦଳର ନେତା ପାଣ୍ଡିଆନ୍ଙ୍କ ଅବସରକୁ ନେଇ ଅନେକ ପ୍ରତିକ୍ରିୟା ରଖିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)