ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ବର୍ଷରେ ପାଦ ଥାପିଛି ରାଜଧାନୀ । ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଏ ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ । ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ ।
ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି । ଏ ୭୪ ବର୍ଷ ମଧ୍ୟରେ ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର, ଏବେ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ସ୍ପୋଟର୍ସର ହବ୍ ଭାବେ ବି ବେଶ ପରିଚିତ ।
Also Read

ରୋଜଗାର ପାଇଁ ଅନେକ ଲୋକ ଭୁବନେଶ୍ୱରକୁ ବି ବାଛିଛନ୍ତି । ଜର୍ମାନ ଆର୍କିଟେକ ଓଟୋ କନିଙ୍ଗ୍ସବର୍ଜରଙ୍କ ପରିକଳ୍ପିତ ଏହି ସହର ହେଉଛି ଭାରତର ପ୍ରଥମ ପରିକଳ୍ପିତ ସହର । ଜାମସେଦପୁର ଏବଂ ଚଣ୍ଡୀଗଡ଼ ସହର ମଧ୍ୟ ଏହି ଢାଞ୍ଚାରେ ନିର୍ମିତ ହୋଇଛି । ଆଜି ରାଜଧାନୀ ପ୍ରତିଷ୍ଠା ଦିବସ ଥିବାରୁ ପ୍ରଶାସନ ଓ ସଂସ୍ଥା ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।