OAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ଜାରି ହୋଇଛି ।

OAS

ପୁଣି ଓଏଏସ୍ ସ୍ତରରେ ଅଦଳବଦଳ । ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି । ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍ ନିବେଦିତା ମିଶ୍ରଙ୍କୁ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ଜାରି ହୋଇଛି ।

ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଅବକାରୀ ବିଭାଗର ଅତିରିକ୍ତ ସଚିବ ପ୍ରମୋଦ କୁମାର ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗର ସଚିବ ଭାବେ ବଦଳି କରାଯାଇଛି । ସେହିଭଳି ଅନୁଗୋଳ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ସାହୁଙ୍କୁ ରାଜ୍ୟ ଏକ୍ସପୋର୍ଟ ଓ ପ୍ରମୋସନ ଆଣ୍ଡ ମାର୍କେଟିଂ (ଡିଇପିଏମ) ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି ।

ଅନ୍ୟପଟେ ଯାଜପୁର ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତିଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ ଏବଂ ଆଠମଲ୍ଲିକ ଉପଜିଲ୍ଲାପାଳ ଲଳିତ ମୋହନ ବେହେରାଙ୍କୁ ଅନୁଗୋଳ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି ।