/odishatv-khabar/media/post_attachments/uploadimage/library/16_9/16_9_0/IMAGE_1661099764.jpg)
Kamala Pujari
ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ । ଗତ ମାସକ ତଳେ କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ । ଆଜି ପୁଣି ସନ୍ଧ୍ୟାରେ ଅସୁସ୍ଥ ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏବେ ଜ୍ୱର ସହ ଝାଡାବାନ୍ତି ରୋଗରେ ସେ ପୀଡ଼ିତ ଅଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କେବିନ୍ରେ ତାଙ୍କୁ ଚିକିତ୍ସା କରୁଛନ୍ତି ଡାକ୍ତର । ଏହାପରେ ବି ଯଦି କମଳାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୁଏ, ତେବେ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ୍କୁ ସ୍ଥାନାନ୍ତର କରାଯିବ ବୋଲି କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)