ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କେବିନ୍‌ରେ ତାଙ୍କୁ ଚିକିତ୍ସା କରୁଛନ୍ତି ଡାକ୍ତର ।

Kamala Pujari

ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ । ଗତ ମାସକ ତଳେ କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ । ଆଜି ପୁଣି ସନ୍ଧ୍ୟାରେ ଅସୁସ୍ଥ ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏବେ ଜ୍ୱର ସହ ଝାଡାବାନ୍ତି ରୋଗରେ ସେ ପୀଡ଼ିତ ଅଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କେବିନ୍‌ରେ ତାଙ୍କୁ ଚିକିତ୍ସା କରୁଛନ୍ତି ଡାକ୍ତର । ଏହାପରେ ବି ଯଦି କମଳାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୁଏ, ତେବେ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ୍‌କୁ ସ୍ଥାନାନ୍ତର କରାଯିବ ବୋଲି କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ସୂଚନା ଦିଆଯାଇଛି ।