Students Drown In Mahanadi
କଟକ ମହାନଦୀରେ ନିଖୋଜ ୨ ନାବାଳକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଆୟୁର୍ ଖାନ୍। ଗତକାଲି ୩ ସାଙ୍ଗ ଯୋବ୍ରା ବ୍ୟାରେଜ ନିକଟରେ ଗାଧୋଉ ଥିବାବେଳେ ମହାନଦୀରେ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହେଲେ ସାହିଲ ଖାନ୍।
ସୂଚନା ଅନୁସାରେ, ଗତକାଲି ମଧ୍ୟାହ୍ନରେ ୩ ସାଙ୍ଗ ସାହିଲ ଖାନ୍, ସାଜିକ୍ ମଜିଦ୍, ଓ ଆୟୁର ଖାନ୍ ଯୋବ୍ରା ବ୍ୟାରେଜ ନିକଟରେ ମହାନଦୀକୁ ଗାଧୋଇବାକୁ ଯାଇଥିଲେ। ହେଲେ ଏହି ସମୟରେ ୩ ଜଣ ଯାକ ନଦୀରେ ବୁଡ଼ି ଯାଇଥିଲେ।ସ୍ଥାନୀୟ ଲୋକେ ସାହିଲଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ଏହାପରେ ତାଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।
ସାଜିକ୍ ଓ ଆୟୁର ନିଖୋଜ ଥିଲେ। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଓଡ୍ରାଫ ଓ ଅଗ୍ନିଶମ ବାହିନୀ ରେସ୍କ୍ୟୁ ଅପରେସନ ଆରମ୍ଭ କରିଥିଲେ। ହେଲେ ସନ୍ଧ୍ୟା ହୋଇଯିବାରୁ ରେସ୍କ୍ୟୁ ଅପରେସନ ବନ୍ଦ ରଖା ଯାଇଥିଲା। ଆଜି ସକାଳେ ପୁଣି ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଉଦ୍ଧାରକାରୀ ଟିମ୍ରେ ସ୍କୁବା ଡାଇଭର ବି ସାମିଲ ହୋଇଛନ୍ତି। ତେବେ ଆୟୁର୍ଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ସାଜିକ୍ ଏବେବି ନିଖୋଜ ଅଛନ୍ତି। ତାଙ୍କୁ ଉଦ୍ଧାର କରିବା ପାଇଁ ରେସ୍କ୍ୟୁ ଟିମ୍ ଜୋରଦାର ଉଦ୍ୟମ ଚଳାଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us