Advertisment

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲାନି ଆଗୁଆ ଜାମିନ : ଶୁକ୍ରବାର ନିମ୍ନ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ବାଲୁଗାଁ ମଣ୍ଡଳ ବିଜେପି ସଭାପତିଙ୍କୁ ବିଧାୟକ ମାଡ଼ ମାରିବା ଅଭିଯୋଗରେ ପୂର୍ବରୁ ବିଜେଡ଼ିରୁ ନିଲମ୍ବନ ହୋଇଥିଲେ ପ୍ରଶାନ୍ତ ଜଗଦ୍ଦେବ। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ଦଳର ସଭାପତି ନବୀନ ପଟ୍ଟନାୟକ ପ୍ରଶାନ୍ତଙ୍କୁ ନିଲମ୍ବନ କରିଥିଲେ । ସୂଚନା ଅନୁସାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ବାଲୁଗାଁ ମଣ୍ଡଳ ବିଜେପି ସଭାପତିଙ୍କୁ ପିଟିଥିବା ନେଇ ଖବର ଆସିଥିଲା ।

author-image
Prangyan Parimita
ଅଦ୍ୟତନ ହୋଇଛି
Prasanta Jagadev

Prasanta Jagadev

ଚିଲିକା : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆଗୁଆ ଜାମିନ ମିଳିଲାନି । ଆଗୁଆ ଜାମିନ୍ ନଦେବା ସହ ଶୁକ୍ରବାର ଦିନ ନିମ୍ନ ଅଦାଲତରେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ନିମ୍ନ ଅଦାଲତରେ ହାଜର ହୋଇ ଜାମିନ ଆବେଦନ କରିବାକୁ କହିଛନ୍ତି । ତେବେ ନିମ୍ନ ଅଦାଲତରେ ଆବେଦନ ନକଲେ ସେହିଦିନ ନିଷ୍ପତ୍ତି ନେବାକୁ ପଡ଼ିବ ବୋଲି ମଧ୍ୟ କହିଛନ୍ତି ।

Advertisment

ବାଲୁଗାଁ ମଣ୍ଡଳ ବିଜେପି ସଭାପତିଙ୍କୁ ବିଧାୟକ ମାଡ଼ ମାରିବା ଅଭିଯୋଗରେ ପୂର୍ବରୁ ବିଜେଡ଼ିରୁ ନିଲମ୍ବିତ ହୋଇଥିଲେ ପ୍ରଶାନ୍ତ ଜଗଦ୍ଦେବ। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ଦଳର ସଭାପତି ନବୀନ ପଟ୍ଟନାୟକ ପ୍ରଶାନ୍ତଙ୍କୁ ନିଲମ୍ବନ କରିଥିଲେ । ସୂଚନା ଅନୁସାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ବାଲୁଗାଁ ମଣ୍ଡଳ ବିଜେପି ସଭାପତିଙ୍କୁ ପିଟିଥିବା ନେଇ ଖବର ଆସିଥିଲା । ବିଚ୍ ରାସ୍ତାରେ ସଭାପତି ନିରଞ୍ଜନ ସେଠୀଙ୍କୁ ପିଟିଥିଲେ ପ୍ରଶାନ୍ତ ।

Advertisment

ଗାଡ଼ିରୁ ଓହ୍ଲାଇ ନିରଞ୍ଜନଙ୍କ ଆଡକୁ ଚିହିଁକି ଯାଇ ଧକ୍କା ମାରିଥିବା ହୋଇଥିଲା ଅଭିଯୋଗ। ଭତ୍ତା ବଣ୍ଟନ ବିଳମ୍ବ ହେବାରୁ ପଚାରିବାକୁ ଯାଇଥିଲେ ନିରଞ୍ଜନ । ତେବେ ନିରଞ୍ଜନ ପଚାରି ଫେରୁଥିବା ବେଳେ ସେଠି ପହଞ୍ଚି ଯାଇଥିଲେ ପ୍ରଶାନ୍ତ ଜଗଦେବ । ଗାଡ଼ିରୁ ଓହ୍ଲାଇ ବିଧାୟକ ତାଙ୍କୁ ପିଟିଥିବା ଅଭିଯୋଗ କରିଥିଲେ ନିରଞ୍ଜନ। ତେବେ ମାଡ଼ ପ୍ରତିବାଦରେ ବାଲୁଗାଁ ଥାନା ସାମ୍ନାରେ ବିଜେପି କର୍ମୀ ଧାରଣା ମଧ୍ୟ ଦେଇଥିଲେ ।

Orissa High Court Anticipatory Bail Prasanta Jagadev
Advertisment
Advertisment