/odishatv-khabar/media/post_attachments/uploadimage/library/16_9/16_9_0/IMAGE_1653642651.jpg)
Anubhav-Varsha Family Dispute
ବିଜେଡି ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ହାଇକୋର୍ଟ ତାଗିଦ୍ କରିଛନ୍ତି। ସୋସିଆଲ ମିଡିଆରେ ମନ୍ତବ୍ୟ ନ ଦେବାକୁ ଉଭୟଙ୍କୁ ତାଗିଦ କରାଯାଇଛି। କେହି କାହା ବିରୋଧରେ ମନ୍ତବ୍ୟ ନ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଏହାସହ ଆଉ କୌଣସି ଭିଡିଓ ପୋଷ୍ଟ ନକରିବାକୁ ଅନୁଭବଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।
ସୂଚନାଥାଉ କି, କିଛିଦିନ ହେବ ଅନୁଭବ ଓ ପତ୍ନୀ ବର୍ଷାଙ୍କ ମଧ୍ୟରେ ସୋସିଆଲ୍ ମିଡିଆ ୱାର୍ ଦେଖିବାକୁ ମିଳିଥିଲା। କେତେବେଳେ ପାରିବାରିକ ବିବାଦ ମାମଲାକୁ ନେଇ ବର୍ଷାଙ୍କ ବିରୋଧରେ ଅନୁଭବ ସୋସିଆଲ ମିଡିଆରେ ଭିଡିଓ/ପୋଷ୍ଟ ଛାଡ଼ୁଥିଲେ ତ ଆଉ କେତେବେଳେ ବର୍ଷାଙ୍କ ଫ୍ୟାନ୍ ସୋସିଆଲ୍ ମିଡିଆରେ ଅନୁଭବଙ୍କ ନାଁ ନନେଇ ତାଙ୍କ ବିରୋଧରେ ପୋଷ୍ଟ ଶେଆର କରୁଥିଲେ। ଅନୁଭବ ଗୋଟିଏ ପୋଷ୍ଟ/ଭିଡିଓ ଶେଆର କଲେ ବର୍ଷାଙ୍କ ଫ୍ୟାନ୍ ଏହାର ଜବାବ ଦେବାକୁ ଏକ ପ୍ରକାର ତୟାର ହୋଇ ରହୁଥିଲେ। ହେଲେ ଏବେ ସୋସିଆଲ ମିଡିଆରେ ମନ୍ତବ୍ୟ ନ ଦେବାକୁ ଉଭୟଙ୍କୁ ତାଗିଦ କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)