/odishatv-khabar/media/post_attachments/uploadimage/library/16_9/16_9_0/IMAGE_1648529928.jpg)
prasant jagdev
ପୁଣି ଅସୁସ୍ଥ ହୋଇପଡ଼ିଲେ ପ୍ରଶାନ୍ତ ଜଗଦ୍ଦେବ । ଗିରଫ ହୋଇଥିବା ବାହୁବଳୀ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ବାଣପୁର ସବଜେଲରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ ବର୍ତ୍ତମାନ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ ୧୨ ମାର୍ଚ୍ଚରେ ମଦ ପିଇ ଲୋକଙ୍କ ଉପରେ ଗାଡ଼ି ମଡ଼ାଇଦେଇଥିଲେ ପ୍ରଶାନ୍ତ ଜଗଦ୍ଦେବ । ବାଣପୁର ବ୍ଲକ ନିକଟରେ ନୀରିହ ଲୋକଙ୍କ ଉପରେ ସେ ଗାଡ଼ି ମଡ଼ାଇ ଦେଇଥିଲେ । ତେବେ ଗାଡ଼ି ମଡ଼ାଇ ଦେବାରୁ ଉତକ୍ଷିପ୍ତ ଲୋକେ ବିଧାୟକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ଲୋକଙ୍କ ଆକ୍ରମଣରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲହୁଲୁହାଣ ହୋଇଯାଇଥିଲେ ।
ତେବେ ଏଭଳି କାଣ୍ଡ ଘଟାଇବାର କିଛି ଦିନ ପରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ବାହାରିବା ପରେ ତାଙ୍କୁ ଗିରଫ କରାଯାଇଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)