ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଏହା ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୭ଦିନ ମଧ୍ୟରେ ଗୋଟିଏ ଦିନ ଛୁଟି ଥିବାରୁ ଅଧିବେଶନରେ ୬ଟି କାର୍ଯ୍ୟ ଦିବସ ରହିବ। ଅଧିବେଶନର ପ୍ରଥମ ଦିନ ତଥା ୨୫ ତାରିଖରେ ବିଧାନସଭାରେ ଅଭିଭାଷଣ ରଖିବେ ରାଜ୍ୟପାଳ।
୨୬ ତାରିଖ ଓ ୨୮ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ। ୨୯ ତାରିଖରେ ଅଫିସିଆଲ ବିଜନେସ ଓ ୩୦ ତାରିଖରେ ୨୦୨୨-୨୩ର ବଜେଟ ଉପସ୍ଥାପନ ହେବ।
୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ। ଗୃହ ପରିଚାଳନା ନେଇ ଆସନ୍ତା ୧୫ରେ ସର୍ବଦଳୀୟ ବୈଠକ ବସିବ। ବଜେଟ ଅଧିବେଶନ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏହି ସୂଚନା ଦେଇଛନ୍ତି।