Advertisment

୨୫ରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ

୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ।

assembly odisha

assembly odisha

Advertisment

ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଏହା ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୭ଦିନ ମଧ୍ୟରେ ଗୋଟିଏ ଦିନ ଛୁଟି ଥିବାରୁ ଅଧିବେଶନରେ ୬ଟି କାର୍ଯ୍ୟ ଦିବସ ରହିବ। ଅଧିବେଶନର ପ୍ରଥମ ଦିନ ତଥା ୨୫ ତାରିଖରେ ବିଧାନସଭାରେ ଅଭିଭାଷଣ ରଖିବେ ରାଜ୍ୟପାଳ।

Advertisment

୨୬ ତାରିଖ ଓ ୨୮ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ। ୨୯ ତାରିଖରେ ଅଫିସିଆଲ ବିଜନେସ ଓ ୩୦ ତାରିଖରେ ୨୦୨୨-୨୩ର ବଜେଟ ଉପସ୍ଥାପନ ହେବ।

୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ। ଗୃହ ପରିଚାଳନା ନେଇ ଆସନ୍ତା ୧୫ରେ ସର୍ବଦଳୀୟ ବୈଠକ ବସିବ। ବଜେଟ ଅଧିବେଶନ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏହି ସୂଚନା ଦେଇଛନ୍ତି। 

Advertisment
Assembly Odisha Speaker
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ