Advertisment

ବାହାନଗା ହାଇସ୍କୁଲ ପୁନଃନିର୍ମାଣ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଗତ ୨ ତାରିଖରେ ବାହାନଗା ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ମରଶରୀରକୁ ସାମୟିକ ଭାବେ ବାହାନଗା ହାଇସ୍କୁଲରେ ରଖାଯାଇଥିଲା ।

ଅଦ୍ୟତନ ହୋଇଛି
Bahanaga School to be transformed into model school under 5T initiative

Bahanaga School to be transformed into model school under 5T initiative

Advertisment

ବାହାନାଗା ହାଇସ୍କୁଲର ହେବ ପୁନଃନିର୍ମାଣ। 5T ଉପକ୍ରମରେ ଏକ ମଡେଲ ସ୍କୁଲ ନିର୍ମାଣ କରାଯିବ । ବାଲେଶ୍ୱର ଜିଲ୍ଲାର ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ଗୃହକୁ ସମ୍ପୂର୍ଣ୍ଣ ଭଙ୍ଗାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏହି ପଦକ୍ଷେପ ନିଆଯାଇଥିବା ସୂଚନା ଦେଇଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ।

Advertisment

ଗତ ୨ ତାରିଖରେ ବାହାନଗା ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ମରଶରୀରକୁ ସାମୟିକ ଭାବେ ବାହାନଗା ହାଇସ୍କୁଲରେ ରଖାଯାଇଥିଲା । ପରବର୍ତ୍ତୀ ସମୟରେ ଶବ ଗୁଡିକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା । ତେବେ ସ୍କୁଲକୁ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି। ତେଣୁ ସ୍କୁଲ ଘର ଭାଙ୍ଗି ଏହାର ପୁନଃନିର୍ମାଣ ସମ୍ପର୍କରେ ବିଭିନ୍ନ ମହଲରେ ଦାବି ହୋଇଥିଲା।

ତେଣୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ, 5T ସଚିବ ଭିଡିଓ କନ୍ଫରେନ୍ସିଂ ଯୋଗେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧୀଙ୍କ ସହ ଆଲୋଚନା କରିଥିଲେ। ସମସ୍ତଙ୍କର ମତାମତ ନେବା ପରେ ଏହି ନିଷ୍ପତ୍ତି ନିଆଯାଇଥିବା ସିଏମଓ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଆଜି ସକାଳୁ ସ୍କୁଲ ଘର ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। 

Advertisment
5T Initiative
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ