Advertisment

ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ୍‌ ବ୍ୟାନ୍‌: ଆଇନ୍‌ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍ ନିଷିଦ୍ଧ ଆଇନକୁ କଡ଼ାକଡ଼ି ଭାବେ ସାରା ରାଜ୍ୟରେ ଲାଗୁ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ପ୍ଲାଷ୍ଟିକ୍ ବର୍ଜ୍ୟର ପୁନଃ ବ୍ୟବହାର ଉପରେ ଗୁରୁତ୍ୱ ଆରୋପ କରାଯାଇଛି।

ଅଦ୍ୟତନ ହୋଇଛି
Ban on single-use plastic: Odisha CS orders strict enforcement

Ban on single-use plastic: Odisha CS orders strict enforcement

Advertisment

ସିଙ୍ଗଲ ୟୁଜ୍‌ ବା ଥରେ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍ ନିଷିଦ୍ଧ ଆଇନକୁ କଡ଼ାକଡ଼ି ଭାବେ ସାରା ରାଜ୍ୟରେ  ଲାଗୁ କରିବା ପାଇଁ  ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।  ରାଜ୍ୟସ୍ତରୀୟ  ଟାସ୍କ ଫୋର୍ସ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟ ଶାସନ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି । 

Advertisment

ବର୍ତ୍ତମାନ ପର୍ଯ୍ୟନ୍ତ ନିଆଯାଇଥିବା ପଦକ୍ଷେପ ଗୁଡ଼ିକର ସମୀକ୍ଷା କରି ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଜିଲ୍ଲାପାଳ, ଡି.ଏଫ୍.ଓ ଏବଂ ସମ୍ପୃକ୍ତ ବିଭାଗର କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

ନିଜ ନିଜ ଜିଲ୍ଲା ଓ ବନଖଣ୍ଡରେ ହାଟ ବଜାର, ପର୍ଯ୍ୟଟନସ୍ଥଳୀ, ସାଧାରଣ ସମାଗମ ସ୍ଥାନ ଆଦିରେ ପ୍ଲାଷ୍ଟିକ୍ ବ୍ୟବହାର ବାରଣର ଅନୁପାଳନ ବିଷୟରେ ମାସିକ ରିପୋର୍ଟ୍ ଦେବାପାଇଁ ଜିଲ୍ଲାପାଳ ଏବଂ ବନଖଣ୍ଡ ଅଧିକାରୀମାନଙ୍କୁ କୁହାଯାଇଛି। ଏହାସହ ପ୍ଲାଷ୍ଟିକ୍ ବର୍ଜ୍ୟର ପୁନଃ ବ୍ୟବହାର ଉପରେ ଗୁରୁତ୍ୱ ଆରୋପ କରାଯାଇଛି। ରାସ୍ତା ନିର୍ମାଣ ଏବଂ ସିମେଣ୍ଟ ପ୍ରସ୍ତୁତିରେ ଅଧିକ ପ୍ଲାଷ୍ଟିକ୍ ବର୍ଜ୍ୟ ବ୍ୟବହାର କରିବାକୁ  ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି।  

Advertisment
Single Use Plastic Single Use Plastic Ban
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ