Advertisment

ବରଗଡ଼ରେ ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାର ହେବ HRPC ଓ ବିଚାର ବିଭାଗୀୟ ତଦନ୍ତ

ବରଗଡ଼ରେ ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣାର ହେବ HRPC ଓ ବିଚାରବିଭାଗୀୟ ତଦନ୍ତ।  ଏ ନେଇ ବରଗଡ଼ ଏସ୍‌ପି ରାହୁଲ ଜୈନ ADG HRPCଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।

ଅଦ୍ୟତନ ହୋଇଛି
Bargarh Custodial Death

Bargarh Custodial Death

Advertisment

ବରଗଡ଼: ବରଗଡ଼ରେ ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣାର ହେବ HRPC ଓ ବିଚାରବିଭାଗୀୟ ତଦନ୍ତ।  ଏ ନେଇ ବରଗଡ ଏସ୍‌ପି ରାହୁଲ ଜୈନ ADG HRPCଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ଏହି ମାମଲାରେ ବରଗଡ଼ ଟାଉନ ଥାନାର ୪ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟାନ୍ତର କରାଯାଇଛି। ଟାଉନ ଥାନାର ଜଣେ ସବ୍-ଇନ୍ସପେକ୍ଟର ଏବଂ ୨ ଜଣ ASIଙ୍କୁ କାର୍ଯ୍ୟାନ୍ତର କରାଯାଇଛି। 

Advertisment

ପୋଲିସ ପିଟି ପିଟି ମାରି ଦେଇଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ବରଗଡ଼ ଏସ୍‌ପି, ଦକ୍ଷିଣ ପଶ୍ଚିମାଞ୍ଚଳ DIGଙ୍କ ସହ ମୃତକଙ୍କ ପରିବାର ଲୋକ ଓ ମିଳିତ ମଞ୍ଚ ଆଲୋଚନା କରିଛନ୍ତି। ପୋଲିସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ମୃତକଙ୍କ ପରିବାର ଲୋକ ଦାବି କରିଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ସହ ଥଇଥାନ ପାଇଁ ଦାବି  ହୋଇଛି। ମୃତକଙ୍କ ପତ୍ନୀଙ୍କୁ  ବିଧବା ଭତ୍ତା, ସନ୍ତାନଙ୍କ ପାଠ ପଢ଼ା ଖର୍ଚ୍ଚ ସହ ଥଇଥାନ ପାଇଁ ବ୍ୟବସ୍ଥା କରାଯିବ ବୋଲି ଏସ୍‌ପି କହିଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ସହ ଯୁବକଙ୍କ ପତ୍ନୀଙ୍କୁ ଏକ ଚାକିରି ଦିଆାଯିବ ବୋଲି ଡିଆଇଜି କହିଛନ୍ତି। 

Advertisment

ସୂଚନାଥାଉ କି, ଗତ ଜୁଲାଇ ମାସ ୨୦ ତାରିଖରେ ମାଡପିଟ ଘଟଣାକୁ ନେଇ ବରଗଡ଼ ଟାଉନ ଥାନାରେ ଏକ ମାମଲାକୁ ରୁଜୁ ହୋଇଥିଲା। ବରଗଡ ତୋରା ଗ୍ରାମର ରାଧେଶ୍ୟାମ କୁମ୍ଭାରଙ୍କ ପୁଅ ଗୋବିନ୍ଦ କୁମ୍ଭାରଙ୍କୁ ପୋଲିସ ଶୁକ୍ରବାର ରାତିରେ ଟାଉନ ଥାନାକୁ ଉଠାଇ ଆଣିଥିଲା। ଶନିବାର ସକାଳେ ଗୋବିନ୍ଦଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ପ୍ରଥମେ ପୁରୁଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଖେଦାପାଲି ସ୍ଥିତ ବରଗଡ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା।ତେବେ ଡାକ୍ତରଖାନାକୁ ପହଞ୍ଚିବା ପୂର୍ବରୁ ଗୋବିନ୍ଦଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଥିଲେ।

Bargarh Custodial Death
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ