• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

କେନ୍ଦ୍ରାପଡ଼ା: କୁମ୍ଭୀର ଗଣନା ସମୟରେ ପ୍ରତିବର୍ଷ ଭଳି ଆସନ୍ତା ବର୍ଷ ମଧ୍ୟ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ। ବିରଳ ବଉଳା କୁମ୍ଭୀରମାନଙ୍କ ଏନ୍ତୁଡିଶାଳ ଭିତରକନିକାରେ କୁମ୍ଭୀର ଗଣନା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଛି। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀ, ନାଳ ଗୁଡ଼ିକରେ କୁମ୍ଭୀରମାନଙ୍କର ଗଣନା କରାଯିବ।

ତେଣୁ ଏହି ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନକୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯିବା ଲାଗି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ବର୍ଷ ଜାନୁଆରୀ ୨ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ୧୦ଦିନ ଧରି ଭିତରକନିକା ବନ୍ଦ ରହିବ।  

 

ଗତବର୍ଷ ଗଣନା ଅନୁସାରେ, ଭିତର କନିକାରେ ୧ ହଜାର ୭୬୮ଟି ବଉଳା  କୁମ୍ଭୀର ଥିଲେ।  କୁମ୍ଭୀର ବିଶାରଦ ଡଃ ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ। ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା କାର୍ଯ୍ୟ କରାଯିବ ବୋଳି ଜଣାପଡ଼ିଛି।